ଜଣେ ମାଓବାଦୀ ଗିରଫ, ୬ ଜଣଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୪ା୯(ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲା କୋଣ୍ଟା ଅଞ୍ଚଳରେ ପୋଲିସ ଓ ସିଆର୍‌ପିଏଫ୍‌ର ୨୧୯ ବାଟାଲିୟନର ଯବାନ କୋମ୍ବିଂ ଅପରେଶନ କରୁଥିବାବେଳେ ମାଡକମ ବୁଦରା ନାମକ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଥିଲା। ତାଙ୍କ ନିକଟରୁ ୧୦ଟି ଜିଲୋଟିନ ଷ୍ଟିକ୍‌, ୧୩ ଡିଟୋନେଟର ଓ ପ୍ରାୟ ୫ ମିଟର କୋଟେକ୍ସ ତାର ଜବତ କରାଯାଇଛି। ସେ ମାଓବାଦୀ କମାଣ୍ଡର ବେଟି ଭୀମାଙ୍କ ନିର୍ଦ୍ଦେଶରେ ଗୋମପାଡ଼ ନିବାସୀ ତଥା ମାଓବାଦୀ ସହଯୋଗୀ କଡତି ରାମାଙ୍କୁ ବିସ୍ଫୋରକ ପଦାର୍ଥ ଦେବା ପାଇଁ ଯାଉଥିଲେ ବୋଲି ଜେରା ବେଳେ କହିଛନ୍ତି। ସେହିପରି ସୁକ୍‌ମା ଜିଲା ମାଓବାଦୀ ଅପରେଶନ କାର୍ଯ୍ୟାଳୟରେ ୫ ଜଣ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମାଓବାଦୀ କମାଣ୍ଡର ଜଗା, ମିଲିସିଆ ସଦସ୍ୟ ସୋନୁ, ଦେବା, ଗଙ୍ଗା ଓ ଏରା। ଏମାନେ ଚିନ୍ତାଗୁଫା ଥାନା ଅଞ୍ଚଳରେ ସକ୍ରିୟ ଥିଲେ। ଆତ୍ମସମର୍ପଣ ସମୟରେ ସିଆର୍‌ପିଏଫ୍‌ ୭୪ ବାଟାଲିୟନ୍‌ ଡିଆଇଜି ନିଶାନ୍ତ ବୈଷ୍ଣବ, ଡିଏସ୍‌ପି ଉତ୍ତମ ପ୍ରସାଦ ସିଂ ଉପସ୍ଥିତ ଥିଲେ ା ଏହି ୫ ଜଣଙ୍କୁ ପ୍ରୋତ୍ସାହନ ରାଶି ସହ ସରକାରଙ୍କ ଥଇଥାନ ନୀତି ଅନୁଯାୟୀ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ପୋଲିସ ସୂଚନା ଦେଇଛି। ସେହିପରି ସୁକ୍‌ମା ଜିଲା ଏସ୍‌ପିଙ୍କ କାର୍ଯ୍ୟାଳୟରେ ୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମିଲିସିଆ କମାଣ୍ଡର କୁଞ୍ଜାମ ମୁକ୍କା ଆତ୍ମସମର୍ପଣ କରିଛନ୍ତି। କୁଞ୍ଜାମ ମାଓବାଦୀ ସଂଗଠନର ଜଣେ ସକ୍ରିୟ ସଦସ୍ୟ ଥିଲେ। ଏହି ମାଓବାଦୀ ଭୋଜୀ ଥାନା କ୍ଷେତ୍ର ଅନ୍ତର୍ଗତ ବିଭିନ୍ନ ଗତିବିଧିରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri