୧୦ ଲକ୍ଷ କୋଟିର ଋଣ ପୁନର୍ଗଠନ ହୋଇପାରେ

ନୂଆଦିଲ୍ଲୀ,୭।୯ : ବ୍ୟାଙ୍କଗୁଡିକ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାର ଋଣକୁ ପୁନର୍ଗଠନ କରିପାରନ୍ତି। କୋଭିଡ୍‌ ଦ୍ୱାରା ବେଶି କ୍ଷତିଗ୍ରସ୍ତ ହୋଇଥିବା ପ୍ରାୟ ୫ରୁ ୬ କ୍ଷେତ୍ର ସହିତ ଏହି ଋଣଗୁଡିକର ସମ୍ପର୍କ ରହିଛି ବୋଲି ଜଣାପଡିଛି। ବେସାମରିକ ବିମାନ ଚଳାଚଳ, ବାଣିଜି୍ୟକ ରିୟଲ ଇଷ୍ଟେଟ, ହସ୍ପିଟାଲିଟି ଏବଂ ଟୁରିଜିମ ଭଳି ଅନ୍ୟ କ୍ଷେତ୍ର ଏଥିରେ ସାମିଲ ରହିବ ବୋଲି ବ୍ୟାଙ୍କିଙ୍ଗ ଶିଳ୍ପର ଜଣେ ଅଧିକାରୀ କହିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଋଣ ପୁନର୍ଗଠନ ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ। ଚଳିତ ମାସ ୧୫ ସୁଦ୍ଧା ଏହି ଯୋଜନାକୁ ଲାଗୁ କରିବା ଲାଗି ସେ ବ୍ୟାଙ୍କର ସିଇଓ ତଥା ଏନ୍‌ବିଏଫ୍‌ସିର ପ୍ରତିନିଧିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଋଣ ପୁନର୍ଗଠନ ଓ୍ବାନଟାଇମ ହେବ ବୋଲି ଜଣାପଡିଛି। ଏହା ଉଭୟ ବ୍ୟାଙ୍କ ଏବଂ ଋଣ ଗ୍ରହୀତାଙ୍କ ଲାଗି ଲାଭଦାୟକ ହେବ ବୋଲି ଅଧିକାରୀ ଜଣକ କହିଛନ୍ତି। କରୋନା ମହାମାରୀ ପ୍ରଭାବ ବର୍ତ୍ତମାନ ବଜାର ଉପରେ ରହିଥିବାରୁ ଋଣ କିସ୍ତି ପଇଠ କରିବାରେ ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ସରକାର ଋଣ ପୁନର୍ଗଠନ ସୁବିଧା ସମ୍ପର୍କରେ ଘୋଷଣା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

୨୪ ଘଣ୍ଟାରେ ୪ ଥର ଅଫର ଦେଲେ ସରକାର, ହେଲେ CJP କହିଲା ନା ନଡ୍ଡାଙ୍କ ଘର ନା ଅଫିସ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟିର ଏକ ବିବୃତ୍ତିରେ କୁହାଯାଇଛି ଯେ ଏହା ନିରପେକ୍ଷ ଆଲୋଚନାକୁ ପସନ୍ଦ କରେ। ଏହା କାହାର କାର୍ଯ୍ୟାଳୟ କିମ୍ବା ମନ୍ତ୍ରଣାଳୟରେ ଆଲୋଚନା କରିବାକୁ…

CJPର ବଡ଼ ଘୋଷଣା: ଆସନ୍ତାକାଲି ସାରା ଦେଶରେ ହେବ ପ୍ରତିବାଦ

ନୂଆଦିଲ୍ଲୀ,୨୩।୯: କକ୍ରୋଚ ଜନତା ପାର୍ଟି (CJP) ଗୁରୁବାର ଏକ ବଡ଼ ଘୋଷଣା କରିଛି। ପୋଲିସ ବର୍ବରତା ବିରୋଧରେ ଦଳ ସାରା ଦେଶରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ ପାଇଁ ଡାକରା…

NEET ପେପର୍‌ ଲିକ ବିବାଦ: ଛାତ୍ରୀଛାତ୍ରଙ୍କୁ ଆଲୋଚନା ପାଇଁ ଖୋଲା ନିମନ୍ତ୍ରଣ ଦେଲେ ସରକାର

ନୂଆଦିଲ୍ଲୀ,୨୩।୭: NEET ପେପର ଲିକ ନେଇ ସାରା ଦେଶରେ ପ୍ରତିବାଦ ଜାରି ରହିଛି। ସଡ଼କଠାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ବାତାବରଣ ଉଷ୍ମ ହୋଇଛି। ଛାତ୍ର ସଂଗଠନ ଏବଂ…

‘କ୍ଷମା କରନ୍ତୁ…’, କାହିଁକି ଏମିତି କହି ଜନ୍ତର ମନ୍ତରରୁ ହଟିଗଲେ ଅଭିଜିତ ଦୀପକେ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର ମନ୍ତରରେ ଏକ ମାସରୁ ଅଧିକ ସମୟ ଧରି ପ୍ରତିବାଦ କରୁଥିବା କୋକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ଅଭିଜିତ ଦୀପକେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

NEET ପେପର ଲିକ ମାମଲାରେ ସଞ୍ଜୀବ ମୁଖିଆଙ୍କୁ କ୍ଲିନଚିଟ୍‌: ମିଳିଲାନି କୌଣସି ପ୍ରମାଣ

ନୂଆଦିଲ୍ଲୀ,୨୩।୭: NEET-UG 2024 ପେପର୍‌ ଲିକ ମାମଲାରେ CBI ସଞ୍ଜୀବ ମୁଖିଆଙ୍କୁ କ୍ଲିନ ଚିଟ ଦେଇଛି। ତଦନ୍ତକାରୀ ସଂସ୍ଥା କହିଛି ଯେ, ସଞ୍ଜୀବ କୁମାର ଓରଫ ସଞ୍ଜୀବ…

CJP Protest: ସର୍ତ୍ତ ମାନିନେଲେ ମୋଦି ସରକାର, ଜନ୍ତରମନ୍ତର ଯାଇ କରିବେ…

ନୂଆଦିଲ୍ଲୀ,୨୩।୭: NEET ପେପର ଲିକ୍ ପ୍ରସଙ୍ଗକୁ ନେଇ ରାଜରାସ୍ତାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ଉଷ୍ମତା ଜାରି ରହିଛି ।ଜନ୍ତରମନ୍ତରରେ CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri