ରଥଯାତ୍ରାରେ ୧୦ ଲକ୍ଷ ମାସ୍କ ବଣ୍ଟାଯିବ

ପୁରୀ ଅଫିସ,୨୮।୬:ଦୁଇବର୍ଷର ବ୍ୟବଧାନ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବାକୁ ଯାଉଛି। ତେବେ କରୋନା ସମ୍ପୂର୍ଣ୍ଣ ରୂପେ ନାଶ ହୋଇନାହିଁ। ତେଣୁ ସରକାର ପୁରୀକୁ ଆସୁଥିବା ଯାତ୍ରୀଙ୍କ ପାଇଁ ୧୦ ଲକ୍ଷ ମାସ୍କ ବଣ୍ଟନର ବ୍ୟବସ୍ଥା କରିଛନ୍ତି ବୋଲି ସୋମବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ରଥଯାତ୍ରା ସମୀକ୍ଷା ବୈଠକରେ ଯୋଗଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅନୁଷ୍ଠିତ ଏହି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ଅଧ୍ୟକ୍ଷତା କରିଥିଲେ। ରଥଯାତ୍ରା ପାଇଁ ପୁରୀ ସହରରେ ୩୦ଟି ପ୍ରାଥମିକ ଚିକିତ୍ସା କେନ୍ଦ୍ର, ୫୮ଟି ଆମ୍ବୁଲାନ୍ସ, ୧୧ଟି ଷ୍ଟ୍ରେଚର, ୭୮୫ ଜଣ ସ୍ବେଚ୍ଛାସେବୀ, ୧୪୫ ଜଣ ଡାକ୍ତର, ୨୦ ଜଣ ଫୁଡ୍‌ ସେଫ୍‌ଟି ଅଫିସର, ୪୦ ଜଣ ଫାର୍ମାସିଷ୍ଟ, ୩୦ ଜଣ ନର୍ସ, ୩୫ ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ଅତିରିକ୍ତ ଦାୟିତ୍ୱରେ ରଖାଯିବ। ୨୮୭ଟି ସାଧାରଣ ଶଯ୍ୟା, ଅଂଶୁଘାତ ରୋଗୀଙ୍କ ପାଇଁ ୨୬ଟି ଶୀତତାପ ନିୟନ୍ତ୍ରିତ ଶଯ୍ୟାର ବ୍ୟବସ୍ଥା ହୋଇଛି। ୬ଲକ୍ଷ ଓଆର୍‌ଏସ୍‌ ପ୍ୟାକେଟ୍‌ ଗଚ୍ଛିତ ରଖାଯାଇଥିବା ମନ୍ତ୍ରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସୁଜାତା ମିଶ୍ର ସୂଚନା ଦେଇଛନ୍ତି।
ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ପୁରୀ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି। ବଡ଼ଦାଣ୍ଡ ଓ ସହର ସହ ସଂଶ୍ଲିଷ୍ଟ ଗ୍ରାମାଞ୍ଚଳରେ ଅତିରିକ୍ତ ସ୍ବାସ୍ଥ୍ୟକେନ୍ଦ୍ରର ବ୍ୟବସ୍ଥା ହେବ। ରକ୍ତଭଣ୍ଡାରରେ ରକ୍ତ ମହଜୁଦ ରହିଛି। ଜରୁରିକାଳୀନ ସ୍ଥିତିରେ ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ୍‌ର ସହଯୋଗ ନିଆଯିବ। ସେହିଭଳି ୨୦ଟି ଆଇସିୟୁରେ ଅକ୍ସିଜେନ୍‌ ସୁବିଧା ରହିବ। ସେବାୟତମାନଙ୍କୁ ବୁଷ୍ଟର ଡୋଜ୍‌ ଦିଆଯାଉଛି। ଖାଦ୍ୟର ମାନ ଯାଞ୍ଚ ଲାଗି ଫୁଡ୍‌ ଇନ୍ସପେକ୍ଟରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନଙ୍କର ଜ୍ୱର, କାଶ, ଥଣ୍ଡା ଇତ୍ୟାଦି ଦେଖାଯାଉଛି, ସେମାନେ ଘରେ ରହି ଟିଭିରେ ରଥଯାତ୍ରା ଦେଖନ୍ତୁ। ବଡ଼ଦାଣ୍ଡରେ ଥିବା ବେଳେ ଅସୁସ୍ଥ ମନ କଲେ ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚନ୍ତୁ। ରଥଯାତ୍ରା ସମୟରେ ଆଣ୍ଟିଜେନ୍‌ ଟେଷ୍ଟ ଚାଲୁ ରହିବ। ସମସ୍ତେ କରୋନା ଗାଇଡ୍‌ଲାଇନ୍‌କୁ ମାନିଲେ ସଂକ୍ରମଣର ଆଶଙ୍କା ରହିବ ନାହିଁ। ମହାପ୍ରଭୁଙ୍କ ଆଶୀର୍ବାଦରେ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ ବୋଲି ମନ୍ତ୍ରୀ ଦାସ ଆଶା ବ୍ୟକ୍ତ କରିଛନ୍ତି। ବୈଠକରେ ଭାରପ୍ରାପ୍ତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ଜିଲାପାଳ ସମର୍ଥ ବର୍ମା, ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ ଡା. ଅଜିତ କୁମାର ମହାନ୍ତି, ଅତିରିକ୍ତ ସଚିବ ଶୁଭାନନ୍ଦ ମହାପାତ୍ର, ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶକ ବିଜୟ କୁମାର ମହାପାତ୍ର, ନର୍ସିଂ ନିର୍ଦ୍ଦେଶିକା ସଂଯୁକ୍ତା ସାହୁ ଏବଂ ଓଡ଼ିଶା ରାଜ୍ୟ ଔଷଧ ନିଗମର ଅତିରିକ୍ତ ନିର୍ଦ୍ଦେଶକ ଜ୍ଞାନବ୍ରତ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri