ରଥଯାତ୍ରାରେ ୧୦ ଲକ୍ଷ ମାସ୍କ ବଣ୍ଟାଯିବ

ପୁରୀ ଅଫିସ,୨୮।୬:ଦୁଇବର୍ଷର ବ୍ୟବଧାନ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବାକୁ ଯାଉଛି। ତେବେ କରୋନା ସମ୍ପୂର୍ଣ୍ଣ ରୂପେ ନାଶ ହୋଇନାହିଁ। ତେଣୁ ସରକାର ପୁରୀକୁ ଆସୁଥିବା ଯାତ୍ରୀଙ୍କ ପାଇଁ ୧୦ ଲକ୍ଷ ମାସ୍କ ବଣ୍ଟନର ବ୍ୟବସ୍ଥା କରିଛନ୍ତି ବୋଲି ସୋମବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ରଥଯାତ୍ରା ସମୀକ୍ଷା ବୈଠକରେ ଯୋଗଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅନୁଷ୍ଠିତ ଏହି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ଅଧ୍ୟକ୍ଷତା କରିଥିଲେ। ରଥଯାତ୍ରା ପାଇଁ ପୁରୀ ସହରରେ ୩୦ଟି ପ୍ରାଥମିକ ଚିକିତ୍ସା କେନ୍ଦ୍ର, ୫୮ଟି ଆମ୍ବୁଲାନ୍ସ, ୧୧ଟି ଷ୍ଟ୍ରେଚର, ୭୮୫ ଜଣ ସ୍ବେଚ୍ଛାସେବୀ, ୧୪୫ ଜଣ ଡାକ୍ତର, ୨୦ ଜଣ ଫୁଡ୍‌ ସେଫ୍‌ଟି ଅଫିସର, ୪୦ ଜଣ ଫାର୍ମାସିଷ୍ଟ, ୩୦ ଜଣ ନର୍ସ, ୩୫ ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ଅତିରିକ୍ତ ଦାୟିତ୍ୱରେ ରଖାଯିବ। ୨୮୭ଟି ସାଧାରଣ ଶଯ୍ୟା, ଅଂଶୁଘାତ ରୋଗୀଙ୍କ ପାଇଁ ୨୬ଟି ଶୀତତାପ ନିୟନ୍ତ୍ରିତ ଶଯ୍ୟାର ବ୍ୟବସ୍ଥା ହୋଇଛି। ୬ଲକ୍ଷ ଓଆର୍‌ଏସ୍‌ ପ୍ୟାକେଟ୍‌ ଗଚ୍ଛିତ ରଖାଯାଇଥିବା ମନ୍ତ୍ରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସୁଜାତା ମିଶ୍ର ସୂଚନା ଦେଇଛନ୍ତି।
ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ପୁରୀ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି। ବଡ଼ଦାଣ୍ଡ ଓ ସହର ସହ ସଂଶ୍ଲିଷ୍ଟ ଗ୍ରାମାଞ୍ଚଳରେ ଅତିରିକ୍ତ ସ୍ବାସ୍ଥ୍ୟକେନ୍ଦ୍ରର ବ୍ୟବସ୍ଥା ହେବ। ରକ୍ତଭଣ୍ଡାରରେ ରକ୍ତ ମହଜୁଦ ରହିଛି। ଜରୁରିକାଳୀନ ସ୍ଥିତିରେ ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ୍‌ର ସହଯୋଗ ନିଆଯିବ। ସେହିଭଳି ୨୦ଟି ଆଇସିୟୁରେ ଅକ୍ସିଜେନ୍‌ ସୁବିଧା ରହିବ। ସେବାୟତମାନଙ୍କୁ ବୁଷ୍ଟର ଡୋଜ୍‌ ଦିଆଯାଉଛି। ଖାଦ୍ୟର ମାନ ଯାଞ୍ଚ ଲାଗି ଫୁଡ୍‌ ଇନ୍ସପେକ୍ଟରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନଙ୍କର ଜ୍ୱର, କାଶ, ଥଣ୍ଡା ଇତ୍ୟାଦି ଦେଖାଯାଉଛି, ସେମାନେ ଘରେ ରହି ଟିଭିରେ ରଥଯାତ୍ରା ଦେଖନ୍ତୁ। ବଡ଼ଦାଣ୍ଡରେ ଥିବା ବେଳେ ଅସୁସ୍ଥ ମନ କଲେ ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚନ୍ତୁ। ରଥଯାତ୍ରା ସମୟରେ ଆଣ୍ଟିଜେନ୍‌ ଟେଷ୍ଟ ଚାଲୁ ରହିବ। ସମସ୍ତେ କରୋନା ଗାଇଡ୍‌ଲାଇନ୍‌କୁ ମାନିଲେ ସଂକ୍ରମଣର ଆଶଙ୍କା ରହିବ ନାହିଁ। ମହାପ୍ରଭୁଙ୍କ ଆଶୀର୍ବାଦରେ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ ବୋଲି ମନ୍ତ୍ରୀ ଦାସ ଆଶା ବ୍ୟକ୍ତ କରିଛନ୍ତି। ବୈଠକରେ ଭାରପ୍ରାପ୍ତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ଜିଲାପାଳ ସମର୍ଥ ବର୍ମା, ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ ଡା. ଅଜିତ କୁମାର ମହାନ୍ତି, ଅତିରିକ୍ତ ସଚିବ ଶୁଭାନନ୍ଦ ମହାପାତ୍ର, ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶକ ବିଜୟ କୁମାର ମହାପାତ୍ର, ନର୍ସିଂ ନିର୍ଦ୍ଦେଶିକା ସଂଯୁକ୍ତା ସାହୁ ଏବଂ ଓଡ଼ିଶା ରାଜ୍ୟ ଔଷଧ ନିଗମର ଅତିରିକ୍ତ ନିର୍ଦ୍ଦେଶକ ଜ୍ଞାନବ୍ରତ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା-କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ

ତିହିଡ଼ି,୨୯।୩ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ...

୫ ମାସ ପରେ ବି ସରିଲାନି ଡିପିଆର୍‌

ଯାଜପୁର,୨୯ା୩ (ହର୍ଷବର୍ଦ୍ଧନ ବେହେରା):ଯାଜପୁର ରୋଡ୍‌ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ଯାଜପୁର ଓ ଆରଡି ପ୍ରସ୍ତାବିତ ନୂତନ ରେଳପଥର ଚୂଡ଼ାନ୍ତ ଲୋକେଶନ ସର୍ଭେ ଏବଂ ଡିଟେଲ...

‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ...

ସନାତନ ଭାଜପାରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

କେନ୍ଦୁଝର,୨୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):ପ୍ରଥମେ କଂଗ୍ରେସ, ପରେ କଂଗ୍ରେସ ଛାଡ଼ି ସ୍ବାଧୀନ ପ୍ରାର୍ଥୀ ଭାବରେ ଛିଡ଼ା ହୋଇ ଚମ୍ପୁଆ ବିଧାୟକ ହେଲେ। ଚଳିତ ନିର୍ବାଚନ ତାରିଖ ଘୋଷଣା...

ରାତିସାରା ଚାଲିଛି ମୋରମ ଲୁଟ୍‌

ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୯ା୩ : ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ କାରବାରକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ରାଜସ୍ବ ବିଭାଗଠାରୁ ଖଣି ବିଭାଗକୁ ଦାୟିତ୍ୱ ହସ୍ତାନ୍ତର ହୋଇଛି।...

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri