ଭୁବନେଶ୍ୱର,୨୪।୨(ବ୍ୟୁରୋ): କୋଭିଡ୍ ସମୟରେ ରାଜ୍ୟ ବାହାରୁ ୧୦ ଲକ୍ଷ ୭ ହଜାର ୩୩୦ ପ୍ରବାସୀ ଶ୍ରମିକ ଓଡ଼ିଶାକୁ ଫେରିଥିଲେ। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୫୩୫ ଜଣଙ୍କୁ ଟେଲିଫୋନ ଯୋଗେ ଯୋଗାଯୋଗ କରାଯାଇଛି। ସେମାନଙ୍କ ମଧ୍ୟରୁ ୩୫୦୯ ଜଣ ବିଭିନ୍ନ ରାଜ୍ୟକୁ ଫେରି ଯାଇଛନ୍ତି। ଏହାଛଡା ୬୨ ହଜାର ଶ୍ରମିକ ବଲାଙ୍ଗୀର, ବରଗଡ, କଳାହାଣ୍ଡି ଓ ନୂଆପଡା ଜିଲାରେ ଏବେ ସୁଦ୍ଧା ଅଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ହଜାର ୭୪୦ ଶ୍ରମିକଙ୍କୁ ଠିକ୍ ଟେଲିଫୋନ ନମ୍ବର ଅଭାବ ଯୋଗୁ ଯୋଗାଯୋଗ ସମ୍ଭବ ହେଉନାହିଁ। ଫେରନ୍ତା ଶ୍ରମିକମାନଙ୍କୁ ଦକ୍ଷତା ତାଲିମ ପ୍ରଦାନ କରାଯାଇଛି। ଏହାଛଡା ରାଜ୍ୟସ୍ତରୀୟ ସିଙ୍ଗଲ୍ଓ୍ବିଣ୍ଡୋ କ୍ଲିୟରାନ୍ସ କମିଟି ଅଥରିଟି ୫୨ ପ୍ରକଳ୍ପ ଅନୁମୋଦନ କରିଛନ୍ତି। ଯଦ୍ଦ୍ବାରା ରାଜ୍ୟରେ ୧,୧୭,୮୦୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହ ୫୩ ହଜାର ୭୮୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସମ୍ଭାବନା ରହିଛି। ଭାଜପା ସଭ୍ୟ ମୁକେଶ ମହାଲିଙ୍ଗଙ୍କ ମୂଳ ପ୍ରଶ୍ନର ଉତ୍ତରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂହ ଏହି ସୂଚନା ଦେଇଛନ୍ତି। ମୁକେଶ ଅତିରିକ୍ତ ପ୍ରଶ୍ନରେ କହିଲେ, ରାଜ୍ୟକୁ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମିକ ଫେରିଛନ୍ତି। ସରକାରଙ୍କ ପାଖରେ ହିସାବ ନାହିଁ। ମନ୍ତ୍ରୀ କହିଲେ ୨୦ ଲକ୍ଷ ଶ୍ରମିକ ଫେରିବା ଖବର ବିଧାୟକଙ୍କ ପାଖରେ କେଉଁଠୁ ଆସିଲା ତାହା ଜାଣିପାରୁ ନାହିଁ। ରାଜ୍ୟକୁ ଫେରିଥିବା ଶ୍ରମିକମାନଙ୍କୁ ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ କାମ ଯୋଗାଇ ଦେବା ବ୍ୟବସ୍ଥା କରିଛନ୍ତି। ବଲାଙ୍ଗୀର, ନୂଆପଡା, ବରଗଡ ଓ କଳାହାଣ୍ଡି ଜିଲାର ୪୨୦ ବ୍ଲକରେ ଶ୍ରମିକମାନଙ୍କୁ ୧୦୦ ଦିନର କାମ ଯୋଗାଇ ଦିଆଯିବା ବ୍ୟବସ୍ଥା ହୋଇଛି। କଂଗ୍ରେସ ସଭ୍ୟ ସୁରେଶ କୁମାର ରାଉତରାୟ, ଭାଜପା ସଭ୍ୟ ବିଷ୍ଣୁ ଚରଣ ସେଠୀ କରୋନା ମହାମାରୀରେ ରାଜ୍ୟକୁ ଫେରିଥିବା ଶ୍ରମିକଙ୍କ ହିସାବ ଶ୍ରମମନ୍ତ୍ରୀଙ୍କ ପାଖରେ ନାହିଁ। ସେମାନଙ୍କୁ କାମ ଯୋଗାଇବାକୁ ସରକାର କି ପଦକ୍ଷେପ ନେଇଛନ୍ତି ବୋଲି ପଚାରିଥିଲେ। ମନ୍ତ୍ରୀ କହିଥିଲେ, କେବଳ ଶ୍ରମିକ ନୁହନ୍ତି ଅନ୍ୟ ଲୋକ ଯେଉଁମାନେ ବିଭିନ୍ନ କାର୍ଯ୍ୟରେ ଅନ୍ୟ ରାଜ୍ୟରେ ରହିଛନ୍ତି ସେମାନେ ମଧ୍ୟ ଓଡ଼ିଶା ଫେରି ଆସିଛନ୍ତି।
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…
ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…
ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…
ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ
ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…
୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…
ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…
ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…
ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ
ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…
Archives

