କୋଭିଡ୍‌ରେ ରାଜ୍ୟକୁ ଫେରିଛନ୍ତି ୧୦ ଲକ୍ଷ ଶ୍ରମିକ

ଭୁବନେଶ୍ୱର,୨୪।୨(ବ୍ୟୁରୋ): କୋଭିଡ୍‌ ସମୟରେ ରାଜ୍ୟ ବାହାରୁ ୧୦ ଲକ୍ଷ ୭ ହଜାର ୩୩୦ ପ୍ରବାସୀ ଶ୍ରମିକ ଓଡ଼ିଶାକୁ ଫେରିଥିଲେ। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୫୩୫ ଜଣଙ୍କୁ ଟେଲିଫୋନ ଯୋଗେ ଯୋଗାଯୋଗ କରାଯାଇଛି। ସେମାନଙ୍କ ମଧ୍ୟରୁ ୩୫୦୯ ଜଣ ବିଭିନ୍ନ ରାଜ୍ୟକୁ ଫେରି ଯାଇଛନ୍ତି। ଏହାଛଡା ୬୨ ହଜାର ଶ୍ରମିକ ବଲାଙ୍ଗୀର, ବରଗଡ, କଳାହାଣ୍ଡି ଓ ନୂଆପଡା ଜିଲାରେ ଏବେ ସୁଦ୍ଧା ଅଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ହଜାର ୭୪୦ ଶ୍ରମିକଙ୍କୁ ଠିକ୍‌ ଟେଲିଫୋନ ନମ୍ବର ଅଭାବ ଯୋଗୁ ଯୋଗାଯୋଗ ସମ୍ଭବ ହେଉନାହିଁ। ଫେରନ୍ତା ଶ୍ରମିକମାନଙ୍କୁ ଦକ୍ଷତା ତାଲିମ ପ୍ରଦାନ କରାଯାଇଛି। ଏହାଛଡା ରାଜ୍ୟସ୍ତରୀୟ ସିଙ୍ଗଲ୍‌ଓ୍ବିଣ୍ଡୋ କ୍ଲିୟରାନ୍ସ କମିଟି ଅଥରିଟି ୫୨ ପ୍ରକଳ୍ପ ଅନୁମୋଦନ କରିଛନ୍ତି। ଯଦ୍ଦ୍ବାରା ରାଜ୍ୟରେ ୧,୧୭,୮୦୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହ ୫୩ ହଜାର ୭୮୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସମ୍ଭାବନା ରହିଛି। ଭାଜପା ସଭ୍ୟ ମୁକେଶ ମହାଲିଙ୍ଗଙ୍କ ମୂଳ ପ୍ରଶ୍ନର ଉତ୍ତରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂହ ଏହି ସୂଚନା ଦେଇଛନ୍ତି। ମୁକେଶ ଅତିରିକ୍ତ ପ୍ରଶ୍ନରେ କହିଲେ, ରାଜ୍ୟକୁ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମିକ ଫେରିଛନ୍ତି। ସରକାରଙ୍କ ପାଖରେ ହିସାବ ନାହିଁ। ମନ୍ତ୍ରୀ କହିଲେ ୨୦ ଲକ୍ଷ ଶ୍ରମିକ ଫେରିବା ଖବର ବିଧାୟକଙ୍କ ପାଖରେ କେଉଁଠୁ ଆସିଲା ତାହା ଜାଣିପାରୁ ନାହିଁ। ରାଜ୍ୟକୁ ଫେରିଥିବା ଶ୍ରମିକମାନଙ୍କୁ ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ କାମ ଯୋଗାଇ ଦେବା ବ୍ୟବସ୍ଥା କରିଛନ୍ତି। ବଲାଙ୍ଗୀର, ନୂଆପଡା, ବରଗଡ ଓ କଳାହାଣ୍ଡି ଜିଲାର ୪୨୦ ବ୍ଲକରେ ଶ୍ରମିକମାନଙ୍କୁ ୧୦୦ ଦିନର କାମ ଯୋଗାଇ ଦିଆଯିବା ବ୍ୟବସ୍ଥା ହୋଇଛି। କଂଗ୍ରେସ ସଭ୍ୟ ସୁରେଶ କୁମାର ରାଉତରାୟ, ଭାଜପା ସଭ୍ୟ ବିଷ୍ଣୁ ଚରଣ ସେଠୀ କରୋନା ମହାମାରୀରେ ରାଜ୍ୟକୁ ଫେରିଥିବା ଶ୍ରମିକଙ୍କ ହିସାବ ଶ୍ରମମନ୍ତ୍ରୀଙ୍କ ପାଖରେ ନାହିଁ। ସେମାନଙ୍କୁ କାମ ଯୋଗାଇବାକୁ ସରକାର କି ପଦକ୍ଷେପ ନେଇଛନ୍ତି ବୋଲି ପଚାରିଥିଲେ। ମନ୍ତ୍ରୀ କହିଥିଲେ, କେବଳ ଶ୍ରମିକ ନୁହନ୍ତି ଅନ୍ୟ ଲୋକ ଯେଉଁମାନେ ବିଭିନ୍ନ କାର୍ଯ୍ୟରେ ଅନ୍ୟ ରାଜ୍ୟରେ ରହିଛନ୍ତି ସେମାନେ ମଧ୍ୟ ଓଡ଼ିଶା ଫେରି ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?