Posted inଖେଳ

ଗୋଟିଏ ଭୁଲ୍‌ ପଡ଼ିଲା ଭାରୀ: ପାକିସ୍ତାନ ଖେଳାଳିଙ୍କ ଉପରେ ଲାଗିଲା ଜୋରିମନା

ନୂଆଦିଲ୍ଲୀ,୧୩।୨: ଆଇସିସି ତିନି ଜଣ ପାକିସ୍ତାନୀ ଖେଳାଳିଙ୍କ ଉପରେ ଜୋରିମନା ଲଗାଇଛି। ପାକିସ୍ତାନ ଶାହିନ ଆଫ୍ରିଦି, ସୌଦ ଶକିଲ ଏବଂ କମରାନ ଗୁଲାମଙ୍କୁ ଆଇସିସି ଦଣ୍ଡ ଦେଇଛନ୍ତି। ଗୁରୁବାର ଆଇସିସି ଏକ୍ସ ମାଧ୍ୟମରେ ଏହି ସୂଚନା ଦେଇଛି। ତ୍ରିକୋଣୀୟ ସିରିଜର ତୃତୀୟ ମ୍ୟାଚ୍‌ରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ ସମୟରେ ପାକିସ୍ତାନର ୩ ଖେଳାଳି ଆଇସିସିର ନିୟମ ଭାଙ୍ଗିଥିଲେ।
ପାକିସ୍ତାନର ଦ୍ରୁତ ବୋଲର ଶାହିନ ଆଫ୍ରିଦିଙ୍କ ଉପରେ ସବୁଠାରୁ ଅଧିକ ଜୋରିମନା ଲାଗିଛି। ଆଇସିସି ଶାହିନଙ୍କ ମ୍ୟାଚ ଫି’ର ୨୫ ପ୍ରତିଶତ ଜୋରିମନା ଲଗାଇଛି। ମ୍ୟାଚ ସମୟରେ ଶାହିନ ଦକ୍ଷିଣ ଆଫ୍ରିକା ଖେଳାଳି ମାଥ୍ୟୁ ବ୍ରିଟଜେଙ୍କ ସହ ଝଗଡ଼ା କରିଥିଲେ। ଏହି ଦୁଇଜଣଙ୍କ ମଧ୍ୟରେ ବହୁତ ଯୁକ୍ତିତର୍କ ହୋଇଥିଲା। ଏହି ଘଟଣାର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲା ହୋଇଥିଲା। ଏହି କାରଣରୁ ଆଇସିସି ଶାହିନଙ୍କୁ ଦଣ୍ଡ ଦେଇଛି।
ଆଇସିସି ସୌଦ ଶକିଲ ଏବଂ କମରାନ ଗୁଲାମଙ୍କ ମ୍ୟାଚ ଫିସର ୧୦ ପ୍ରତିଶତ ଜରିମାନା ଲଗାଇଛି। କମରାନ ବଦଳ ଖେଳାଳି ଭାବରେ ପଡ଼ିଆକୁ ଆସିଥିଲେ। ଦକ୍ଷିଣ ଆଫ୍ରିକା ଇନିଂସର ୨୯ତମ ଓଭରରେ ତେମ୍ବା ବାଭୁମା ରନ ଆଉଟ ହୋଇଥିଲେ। ଏହା ପରେ, ଦୁହେଁ ବାଭୁମାଙ୍କ ପାଖକୁ ଆସିଲେ ଏବଂ ଆକ୍ରମଣାତ୍ମକ ମନୋଭାବ ଦେଖାଇଲେ। ଦୁହେଁ ଆଇସିସିର ନିୟମ ଉଲ୍ଲଂଘନ କରିଛନ୍ତି। ସେଥିପାଇଁ ଦଣ୍ଡ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri