ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ କାଗଜପତ୍ର କରିବା ପାଇଁ ସମୟ ଫେବୃାଆରୀ ପର୍ଯ୍ୟନ୍ତ ବୃଦ୍ଧି କରାଇଥିବା ନେଇ କହିଛନ୍ତି ପରିବହନ ମନ୍ତ୍ରୀ । ମାସକ ମଧ୍ୟରେ ସମସ୍ତ କାଗଜପତ୍ର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।କହିରଖୁଛୁ କି, ପ୍ରଦୂଷଣ ସାର୍ଟିଫିକେଟ ବିନା ତେଲ ମିଳିବନି ବୋଲି ଘୋଷଣା କରାଯାଇଥିଲା । ଏହାକୁ ଆସନ୍ତା ୧ ତାରିଖରୁ ଲାଗୁ କରିବା ନେଇ ନିଷ୍ପତ୍ତି ନିଆଯାଇଥିଲା ।

ତେବେ ବର୍ତ୍ତମାନ ସ୍ଥିତିରେ ଏହାକୁ ୧ ମାସ ବୃଦ୍ଧି କରିବା ନେଇ ଘୋଷଣା କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ଏହି ଗ୍ରେସ ପିରିୟଡରେ ଗାଡ଼ି ମାଲିକମାନେ ସେମାନଙ୍କର ପଞ୍ଜୀକରଣ ପ୍ରମାଣପତ୍ର (RC), ଫିଟନେସ୍ ପ୍ରମାଣପତ୍ର, ପ୍ରଦୂଷଣ ନିୟନ୍ତ୍ରଣ (PUC) ପ୍ରମାଣପତ୍ର ଏବଂ ବୀମାକୁ ବିନା ଜରିମାନାରେ ଅପଡେଟ୍ କରି ପାରିବେ। ମାସକ ମଧ୍ୟରେ ଗାଡିର ସବୁ ସାର୍ଟିଫିକେଟ କରିବା ନେଇ ମନ୍ତ୍ରୀଙ୍କ ପକ୍ଷରୁ କୁହାଯାଇଛି । ରାଜ୍ୟବ୍ୟାପୀ କଡ଼ାକଡ଼ି ଯାଞ୍ଚ୍ ୧ ଫେବ୍ରୁଆରି ୨୦୨୬ ରୁ ଆରମ୍ଭ ହେବ।

ପୂର୍ବରୁ ଜାନୁଆରୀ ୧ ତାରିଖରୁ ଯାଞ୍ଚ ହେବା ନେଇ ଘୋଷଣା କରାଯାଇଥିବା ବେଳେ ପଲ୍ୟୁସନ ସାର୍ଟିଫିକେଟ କରିବା ନେଇ ଲୋକଙ୍କ ଗହଳି ଦେଖାଯାଇଥିଲା । ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ଆଜି ପରିବହନ ମନ୍ତ୍ରୀ ଏକ ମାସର ମହଲତ ଘୋଷଣା କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri