ଯୁକ୍ତ୨ ନାମଲେଖା ପାଇଁ ଆଉ ଥରେ ସୁଯୋଗ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଶନିବାର ଶେଷ ହେଉଛି। ଏପରି ସ୍ଥିତିରେ ପ୍ରଥମ ପର୍ଯ୍ୟାୟରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ପାଇଁ ରାଜ୍ୟ ସରକାର ଆଉ ଥରେ ସୁଯୋଗ ଦେଇଛନ୍ତି। ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା କେତେଜଣ ଛାତ୍ରୀଛାତ୍ର ଯୁକ୍ତ୨ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ଇ-ଆଡ୍‌ମିଶନରେ ଭାଗନେଇପାରି ନ ଥିଲେ। ଏହା ସରକାରଙ୍କ ଦୃଷ୍ଟିକୁ ଆସିବା ପରେ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ନିମନ୍ତେ ସୁଯୋଗ ଦେବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଏନେଇ ଶୁକ୍ରବାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ରମାନେ ଆସନ୍ତା ୧୦ରୁ ୨୭ ତାରିଖ ମଧ୍ୟରେ ଆବେଦନ କରିପାରିବେ। ଇଚ୍ଛୁକ ଛାତ୍ରୀଛାତ୍ର ତଥା ଅଭିଭାବକମାନେ samsodisha.gov.inରେ ଲଗ୍‌ଇନ୍‌ କରି ସମ୍ପୂର୍ଣ୍ଣ ବିବରଣୀ ଜାଣିପାରିବେ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ବିଜ୍ଞପ୍ତି ଅନୁସାରେ, ଛାତ୍ରୀଛାତ୍ର ୨୭ ତାରିଖ ରାତି ୧୧ଟା ୫୫ ସୁଦ୍ଧା ସାମ୍ସ ୱେବ୍‌ସାଇଟ୍‌ରେ କମନ ଆପ୍ଲିକେଶନ ଫର୍ମ ପକାଇପାରିବେ। ଅକ୍ଟୋବର ୧ ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ଅକ୍ଟୋବର ୧୧ ସକାଳ ୯ଟାରୁ ୧୩ ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇପାରିବେ। ଏହାପରେ ବଳକା ସିଟ୍‌ରେ ନାମଲେଖା ନିମନ୍ତେ ଅକ୍ଟୋବର ୧୮ରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ଏହା ବଳକା ସିଟ୍‌ର ୫ଗୁଣ ରହିବ। ୧୮ ରୁ ୧୯ ତାରିଖ ଭିତରେ ନାମଲେଖା ପଞ୍ଜୀକରଣ ଓ ୨୦ ତାରିଖ ପୂର୍ବାହ୍ନ ୧୧ଟା ୫୦ରେ ସ୍ପଟ୍‌ ନାମଲେଖା ପାଇଁ ଚୂଡ଼ାନ୍ତ ତାଲିକା ବାହାରିବ। ମନୋନୀତ ଛାତ୍ରୀଛାତ୍ର ୨୦ ତାରିଖ ଅପରାହ୍ନ ୨ଟାରୁ ୨୧ ତାରିଖ ଅପରାହ୍ନ ୪ଟା ଭିତରେ ନାମ ଲେଖାଇ ପାରିବେ। ଉଲ୍ଲେଖଯୋଗ୍ୟ, ପ୍ରଥମ ପର୍ଯ୍ୟାୟରେ ୩,୪୪,୩୪୩ ଛାତ୍ରୀଛାତ୍ର ନାମ ଲେଖାଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୬୭,୯୧୯ ଛାତ୍ରୀଛାତ୍ର ମନୋନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri