ଦାରିଙ୍ଗବାଡ଼ିରେ ପୁଣି ଜଣେ ଗର୍ଭବତୀଙ୍କ ମୃତ୍ୟୁ: ଅଲଟ୍ରାସାଉଣ୍ଡ କରି ନ ପାରି ଘରକୁ ଫେରିଥିଲେ, ପରେ ଛୁଆ…

ଦାରିଙ୍ଗବାଡି,୧୫।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମା’ ଓ ଶିଶୁ ମୃତ୍ୟୁହାର ଦିନକୁ ଦିନ ବୃଦ୍ଧି ପାଉଥିବା ଉଦବେଗ ପ୍ରକାଶ ପାଇଛି। ମଙ୍ଗଳବାର ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତ ନାହୁଡ଼ସରୁ ଗ୍ରାମରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ଘଟିଥିବା ଘଟଣା ସାରା ଅଞ୍ଚଳରେ ଶୋକାକୂଳ ପରିସ୍ଥିତି ସୃଷ୍ଟି କରିଛି। ମୃତ ମହିଳା ହେଲେ ଉକ୍ତ ଗ୍ରାମର ସଞ୍ଜୀବ ପ୍ରଧାନଙ୍କ ପତ୍ନୀ ବନିଆ ପ୍ରଧାନ। ଅତ୍ୟଧିକ ରକ୍ତସ୍ରାବ ଯୋଗୁ ତାଙ୍କର ଓ ଜନ୍ମ ପୂର୍ବରୁ ଛୁଆର ମୃତ୍ୟୁ ଘଟିଥିବା ଜଣାପଡିଛି।
ପ୍ରକାଶ ଯେ,  ରବିବାର  ବନିଆଙ୍କ ପେଟ ପ୍ରବଳ ବ୍ୟଥା ହେବା ସହ ରକ୍ତସ୍ରାବ ବୃଦ୍ଧି ପାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଆଲଟସାଉଣ୍ଡ ବ୍ୟବସ୍ଥା ନ ଥିବାରୁ ଡାକ୍ତର ତାଙ୍କୁ ଅନ୍ୟତ୍ର ଯିବାକୁ ପରାମର୍ଶ ଦେଇଥିଲେ। ଏଥିରେ ଆଶା ଏବଂ ସ୍ବାମୀ ବନିଆଙ୍କୁ ଗାଁକୁ ଫେରେଇ ଆଣିଥିଲେ। ତେବେ ଘରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗି ତାଙ୍କୁ ବାଲିଗୁଡା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଗୁରୁତର ହେବାରୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାକେନ୍ଦ୍ର ଓ ପରେ ସେଠାରୁ ସୋମବାର ସାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳ ୧୦ଟାରେ ମୃତ୍ୟୁ ହୋଇଥିବା ମୃତ ବନିଆଙ୍କ ସ୍ବାମୀ ସଞ୍ଜୀବ କହିଛନ୍ତି। ବନିଆଙ୍କ ପୂର୍ବରୁ ୩ଟି ଛୁଆ ରହିଥିବା ବେଳେ ଏହା ଚତୁର୍ଥ ଗର୍ଭ ଥିଲା। ଦାରିଙ୍ଗବାଡିରେ ଅଲଟ୍ରାସାଉଣ୍ଡ ବ୍ୟବସ୍ଥା ଏବଂ ମହିଳା ଓ ଶିଶୁ ବିଶେଷଜ୍ଞ  ରହିଥିଲେ ହୁଏତ ଏଭଳି ଅକାଳରେ ବନିଆଙ୍କ ଜୀବନ ଯାଇ ନ ଥାନ୍ତା ବୋଲି ପରିବାରଲୋକଙ୍କ ପକ୍ଷରୁ କୁହାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri