ନିଜର ସ୍ବାର୍ଥକୁ ବଳିଦେଇ ସର୍ବାଙ୍ଗୀନ ଉନ୍ନତି ପାଇଁ ସଂକଳ୍ପ ନେବା ଆବଶ୍ୟକ: ମନ୍ତ୍ରୀ ଅତନୁ ସବ୍ୟସାଚୀ

ରାୟଗଡା,୧୫।୮(ଭାଗ୍ୟଶ୍ରୀ ମିଶ୍ର): ୭୭ତମ ସ୍ବାଧୀନତା ଦିବସ ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ମଙ୍ଗଳବାର ପାଳିତ ହୋଇଯାଇଛି। ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ଓ ଉଚ୍ଚ ଶିକ୍ଷା ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଆଜିର ଦିବସ ଅକ୍ଲାନ୍ତ ପରିଶ୍ରମ କରି ଦେଶ ପାଇଁ ସ୍ବାଧୀନତା ଆଣିଥିବା ସଂଗ୍ରାମୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ପାଳନ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଛନ୍ତି, ଏହି ମାଟିର ସନ୍ତାନ ମାନେ ସ୍ବାଧୀନତା ଆଣିବାକୁ ଅନେକ ପ୍ରଚେଷ୍ଟା କରିଛନ୍ତି। ସେମାନଙ୍କ ଉଦ୍ୟମ ପାଇଁ ଆଜି ଆମେ ସ୍ବାଧୀନତା ଉତ୍ସବ ପାଳୁଛୁ। ନବୀନ ସରକାରଙ୍କର ୫ଟି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରଚେଷ୍ଟା ପ୍ରଶଂସନୀୟ। ଦେଶର ଉନ୍ନତି ପାଇଁ ନିଜର ସ୍ବାର୍ଥକୁ ବଳି ଦେଇ ସର୍ବାଙ୍ଗୀନ ଉନ୍ନତି ପାଇଁ ସଂକଳ୍ପ ନେବାକୁ ସେ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇଛନ୍ତି l
ଏହି କାର୍ଯ୍ୟକ୍ରମରେ ଜିଲାପାଳ ସଧା ଦେବ ସିଂ, ଆରକ୍ଷୀ ଈକ୍ଷକ ବିବେକାନନ୍ଦ ଶର୍ମା ଉପସ୍ଥିତ ଥିଲେ l ସମସ୍ତ ଜିଲାସ୍ତରୀୟ ଅଧିକାରୀ ଏବଂ ସମସ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?