ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ: ବିଜେଡିରେ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଏକ ଦେଶ ଏକ ନିର୍ବାଚନ(ୱାନ୍‌ ନେଶନ ୱାନ୍‌ ଇଲେକ୍ସନ) ପ୍ରସଙ୍ଗରେ ବିଜେଡିର ଆଭିମୁଖ୍ୟ ଅସ୍ପଷ୍ଟ ରହିଛି। ରାଜ୍ୟ ସଭାରେ ଏହି ବିଲ୍‌କୁ ଦଳ ସମର୍ଥନ କରିବ କି ବିରୋଧ କରିବ ସେ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ କୌଣସି ମତ ଦେଇ ନାହାନ୍ତି। ଅନ୍ୟପକ୍ଷରେ ଦଳର ବରିଷ୍ଠ ନେତା ତଥା ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିକଟରେ ଶେଷ ହୋଇଥିବା ବିଧାନସଭାରେ ୱାନ୍‌ ନେଶନ ୱାନ୍‌ ଇଲେକ୍ସନ୍‌ ସଙ୍କଳ୍ପକୁ ବିରୋଧ କରିଥିଲେ। ପରେ ସୋସିଆଲ୍‌ ମିଡିଆରେ ନିଜ ଅଭିଭାଷଣକୁ ମଧ୍ୟ ପୋଷ୍ଟ କରିଥିଲେ। ତେବେ ରାଜ୍ୟ ସଭା ସଦସ୍ୟ ମାନସ ମଙ୍ଗରାଜଙ୍କ ସୋସିଆଲ୍‌ ମିଡିଆ ପୋଷ୍ଟକୁ ନେଇ ଦ୍ୱନ୍ଦ୍ୱ ଆହୁରି ବଢ଼ିଯାଇଛି; ଯେଉଁଥିରେ ୱାନ୍‌ ନେଶନ ୱାନ୍‌ ଇଲେକ୍ସନ୍‌ ବିଲ୍‌ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିରେ ସ୍ଥାନ ପାଇ ସେ ଗର୍ବିତ ବୋଲି ଲେଖିଛନ୍ତି । ଅନ୍ୟପକ୍ଷରେ ବିଧାନସଭାରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ସଂସଦ ଏ ନେଇ ନିଷ୍ପତ୍ତି ନେବ ।
ସମ୍ବିଧାନକୁ ନେଇ ଯେଭଳି ବାକ୍‌ବିତଣ୍ଡା ହେଉଛି ତାହା ଗ୍ରହଣୀୟ ନୁହେଁ ବୋଲି ସେ କହିଛନ୍ତି।
ଭିନ୍ନମତ ଭିତରେ ନବୀନଙ୍କ ନୀରବତା ଦଳ ଭିତରେ ଦ୍ବନ୍ଦ୍ବକୁ ଆହୁରି ବଢ଼ାଇ ଦେଇଛି। ସରକାରରେ ଥିବାବେଳେ ବିଜେଡି ସମଦୂରତା କଥା କହି ଅନେକ ପ୍ରସଙ୍ଗରେ ଫାଇଦା ନେବାକୁ ଚେଷ୍ଟା କରୁଥିଲା। ମାତ୍ର ଏବେ ରାଜନୈତିକ ଦୃଶ୍ୟପଟ ବଦଳି ଯାଇଛି। ଗତ ଲୋକ ସଭା ନିର୍ବାଚନରେ ଦଳ ଗୋଟିଏ ଆସନ ପାଇବାକୁ ସକ୍ଷମ ହୋଇ ନ ଥିବାବେଳେ ଆଗାମୀ ରଣନୀତି ପୂର୍ବଭଳି ରହିବ କି ବଦଳିବ ସେ ନେଇ ମଧ୍ୟ ବିଜେଡିରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ନିକଟରେ ନବୀନ ନିବାସରେ ହୋଇଥିବା ବିଜେଡି ପରାମର୍ଶ ଦାତା କମିଟି ବୈଠକରେ ବରିଷ୍ଠ ନେତାମାନେ ଜାତୀୟ ସ୍ତରରେ ଦଳର ଆଭିମୁଖ୍ୟ ଉପରେ ନିଷ୍ପତ୍ତି ନେବା ପାଇଁ ଏକ ପାର୍ଲାମେଣ୍ଟ କମିଟି ଗଠନ କରିବାକୁ ବିଜେଡି ସଭାପତିଙ୍କୁ ପ୍ରସ୍ତାବ ଦେଇଥିବା ଶୁଣବାକୁ ମିଳିଛି। ୱାନ୍‌ ନେଶନ ୱାନ୍‌ ଇଲେକ୍ସନ ବିଲ୍‌କୁ ନେଇ ଦଳର ଅସ୍ପଷ୍ଟ ଆଭିମୁଖ୍ୟ ଆଗକୁ ଦଳକୁ ଆହୁରି ଅଡୁଆରେ ପକାଇବା ନେଇ ରାଜନୈତିକ ସମୀକ୍ଷକ ମତ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri