Posted inଜାତୀୟ

ଏକ ରାଷ୍ଟ୍ର ଏକ ନିର୍ବାଚନ: ପ୍ରିୟଙ୍କାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ମଙ୍ଗଳବାର ଲୋକ ସଭାରେ ଏକ ରାଷ୍ଟ୍ର ଏକ ନିର୍ବାଚନ ପାଇଁ ୧୨୯ତମ ସମ୍ବିଧାନ ସଂଶୋଧନ ବିଲ ଆଗତ କରିଛନ୍ତି। ବିଲ୍‌ ଉପସ୍ଥାପନ ହେବା ପରେ ସଂସଦରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳସ୍ବରପ ସରକାରଙ୍କୁ ଏହାକୁ ଜେପିସିକୁ ପଠାଇବାକୁ ପଡିଥିଲା। ତେବେ ଏହି ସଂସଦୀୟ କମିଟିରେ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କୁ ବଡ଼ ଦାୟିତ୍ୱ ମିଳିଛି। କଂଗ୍ରେସ ଏହି କମିଟି ପାଇଁ ତାଙ୍କ ନାଁ ସୁପାରିଶ କରିଛି। ଏଥିସହ ଏହି କମିଟିରେ ମନୀଷ ତିୱାରୀ, ରଣଦୀପ ସୁରଜୱାଲା ଏବଂ ସୁଖଦେବ ଭଗତଙ୍କୁ ମିଳିତ ସଂସଦୀୟ କମିଟି (ଜେପିସି) ରେ କଂଗ୍ରେସ ପକ୍ଷରୁ ସାମିଲ କରାଯିବ। ସୂଚନାନୁସାରେ, ଟିଏମସିର କଲ୍ୟାଣ ବାନାର୍ଜୀ ଏବଂ ସାକେତ ଗୋଖଲେ ଏଥିରେ ଅଂଶଗ୍ରହଣ କରିବେ। ସେହିପରି ଶିବସେନା ଶିନ୍ଦେ ଦଳର ଶ୍ରୀକାନ୍ତ ଏଥିରେ ଅଂଶଗ୍ରହଣ କରିବେ।

କହିରଖୁଛୁ କି, ଯଦି ଜେପିସିରେ ଏହି ବିଲ ମଞ୍ଜୁର ହୁଏ ଏବଂ ସଂସଦର ଉଭୟ ଗୃହ ଦ୍ୱାରା ପାରିତ ହୁଏ, ତେବେ ଏହାକୁ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କ ଅନୁମୋଦନ ପାଇଁ ପଠାଯିବ। ରାଷ୍ଟ୍ରପତି ଦସ୍ତଖତ କରିବା ମାତ୍ରେ ଏହି ବିଲ ଆଇନରେ ପରିଣତ ହେବ। ଏହା ପରେ ୨୦୨୯ ସୁଦ୍ଧା ସମଗ୍ର ଦେଶରେ ଏକକାଳୀନ ର୍ନିବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri