Posted inଜାତୀୟ

ମୋଦି ସରକାରଙ୍କ ବଡ଼ ପଦକ୍ଷେପ: ଖୁବଶୀଘ୍ର କାର୍ଯ୍ୟକାରୀ ହେବ ‘ଏକ ରାଷ୍ଟ୍ର ଏକ ନିର୍ବାଚନ’

ନୂଆଦିଲ୍ଲୀ,୧୫ା୯: ବର୍ତ୍ତମାନର ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ କାର୍ଯ୍ୟକାଳରେ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ କାର୍ଯ୍ୟକାରୀ ହେବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଏହି ସଂସ୍କାରମୂଳକ ପଦକ୍ଷେପକୁ ଦଳ ନିର୍ବିଶେଷରେ ସମର୍ଥନ ମିଳିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାର ୧୦୦ ଦିନ ପୂରଣ କରିଛି ଏବଂ ପୂରା ୫ ବର୍ଷ ଶାସକ ମେଣ୍ଟ ଅତୁଟ ରହିବ ବୋଲି କୁହାଯାଇଛି।

ଏହି ୫ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଏକ ରାଷ୍ଟ୍ର ଏକ ନିର୍ବାଚନ ବାସ୍ତବ ରୂପ ନେବ ବୋଲି ଜଣେ ପଦାଧିକାରୀ ନାମ ଗୋପନ ରଖି ସୂଚନା ଦେଇଛନ୍ତି। ସ୍ବାଧୀନତା ଦିବସ ପାଳନବେଳେ ଲାଲ୍‌କିଲ୍ଲାରୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ‘ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନ’ଉପରେ ଗୁରୁତ୍ୱ ଦେଇଥିଲେ। ବାରମ୍ବାର ନିର୍ବାଚନ ହେବା ଦ୍ୱାରା ଦେଶର ବିକାଶ ବାଧାପ୍ରାପ୍ତ ହେଉଥିବା ସେ କହିଥିଲେ।

ସୂଚନାଯୋଗ୍ୟ, ଭାଜପାର ଲୋକ ସଭା ନିର୍ବାଚନ ଇସ୍ତାହାରରେ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ) ଅନ୍ୟତମ ମୁଖ୍ୟ ପ୍ରତିଶ୍ରୁତି ଥିଲା। ଗତ ମାର୍ଚ୍ଚରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟି ଏକସଙ୍ଗେ ଲୋକ ସଭା ଓ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ପାଇଁ ସୁପାରିସ କରିଛନ୍ତି। ଏହାର ୧୦୦ ଦିନ ମଧ୍ୟରେ ପୌରସଭା ଓ ପଞ୍ଚାୟତଗୁଡ଼ିକ ପାଇଁ ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri