Posted inଜାତୀୟ

ମୋଦି ସରକାରଙ୍କ ବଡ଼ ପଦକ୍ଷେପ: ଖୁବଶୀଘ୍ର କାର୍ଯ୍ୟକାରୀ ହେବ ‘ଏକ ରାଷ୍ଟ୍ର ଏକ ନିର୍ବାଚନ’

ନୂଆଦିଲ୍ଲୀ,୧୫ା୯: ବର୍ତ୍ତମାନର ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ କାର୍ଯ୍ୟକାଳରେ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ କାର୍ଯ୍ୟକାରୀ ହେବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଏହି ସଂସ୍କାରମୂଳକ ପଦକ୍ଷେପକୁ ଦଳ ନିର୍ବିଶେଷରେ ସମର୍ଥନ ମିଳିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାର ୧୦୦ ଦିନ ପୂରଣ କରିଛି ଏବଂ ପୂରା ୫ ବର୍ଷ ଶାସକ ମେଣ୍ଟ ଅତୁଟ ରହିବ ବୋଲି କୁହାଯାଇଛି।

ଏହି ୫ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଏକ ରାଷ୍ଟ୍ର ଏକ ନିର୍ବାଚନ ବାସ୍ତବ ରୂପ ନେବ ବୋଲି ଜଣେ ପଦାଧିକାରୀ ନାମ ଗୋପନ ରଖି ସୂଚନା ଦେଇଛନ୍ତି। ସ୍ବାଧୀନତା ଦିବସ ପାଳନବେଳେ ଲାଲ୍‌କିଲ୍ଲାରୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ‘ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନ’ଉପରେ ଗୁରୁତ୍ୱ ଦେଇଥିଲେ। ବାରମ୍ବାର ନିର୍ବାଚନ ହେବା ଦ୍ୱାରା ଦେଶର ବିକାଶ ବାଧାପ୍ରାପ୍ତ ହେଉଥିବା ସେ କହିଥିଲେ।

ସୂଚନାଯୋଗ୍ୟ, ଭାଜପାର ଲୋକ ସଭା ନିର୍ବାଚନ ଇସ୍ତାହାରରେ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ) ଅନ୍ୟତମ ମୁଖ୍ୟ ପ୍ରତିଶ୍ରୁତି ଥିଲା। ଗତ ମାର୍ଚ୍ଚରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟି ଏକସଙ୍ଗେ ଲୋକ ସଭା ଓ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ପାଇଁ ସୁପାରିସ କରିଛନ୍ତି। ଏହାର ୧୦୦ ଦିନ ମଧ୍ୟରେ ପୌରସଭା ଓ ପଞ୍ଚାୟତଗୁଡ଼ିକ ପାଇଁ ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri