Posted inଜାତୀୟ

‘ଓ୍ବାନ ନେଶନ, ଓ୍ବାନ ଇଲେକ୍ସନକୁ ନେଇ’ ଆକ୍ସନରେ କମିଟି, ରାମନାଥ କୋବିନ୍ଦଙ୍କୁ ଭେଟିଲେ ଆଇନ ମନ୍ତ୍ରଣାଳୟର ଅଧିକାରୀ

ନୂଆଦିଲ୍ଲୀ,୩।୯: ଓ୍ବାନ ନେଶନ, ଓ୍ବାନ ଇଲେକ୍ସନ ଉପରେ ସାରା ଦେଶରେ ଏକ ନୂଆ ଆଲୋଚନା ଆରମ୍ଭ ହୋଇଛି। ଏହି ସମୟରେ ଆଇନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ରବିବାର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। କୋବିନ୍ଦ ଲୋକ ସଭା, ରାଜ୍ୟ ସଭା ତଥା ସ୍ଥାନୀୟ ସଂସ୍ଥାରେ ଏକକାଳୀନ ନିର୍ବାଚନ ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଗଠିତ ଏକ ଉଚ୍ଚ ସ୍ତରୀୟ କମିଟିର ସଭାପତି ଅଛନ୍ତି।
ନ୍ୟୁଜ ଏଜେନ୍ସି ପିଟିଆଇର ସୂଚନା ଅନୁଯାୟୀ ଆଇନ ସଚିବ ନିତେନ ଚନ୍ଦ୍ରା, ସଚିବ ରୀତା ବଶିଷ୍ଠ ଏବଂ ଅନ୍ୟ ଅଧିକାରୀମାନେ କୋବିନ୍ଦଙ୍କୁ କମିଟି ଆଗରେ ଏଜେଣ୍ଡା ଉପରେ କିପରି କାର୍ଯ୍ୟ କରିବେ ସେ ସମ୍ପର୍କରେ ସୂଚନା ଦେଇଛନ୍ତି। ନିତେନ ଚନ୍ଦ୍ରା ମଧ୍ୟ ଉଚ୍ଚ ସ୍ତରୀୟ କମିଟିର ସଚିବ ଏବଂ ରୀତା ବଶିଷ୍ଠଙ୍କ ବିଭାଗ ନିର୍ବାଚନ ପ୍ରସଙ୍ଗ, ଲୋକ ପ୍ରତିନିଧୀ ଆଇନ ଏବଂ ଆନୁଷଙ୍ଗିକ ନିୟମ ସହିତ କାର୍ଯ୍ୟ କରୁଛି।
ଲୋକ ସଭା, ରାଜ୍ୟ ସଭା, ପୌରସଂସ୍ଥା ଏବଂ ପଞ୍ଚାୟତକୁ ଏକକାଳୀନ ନିର୍ବାଚନ କରିବା ପ୍ରସଙ୍ଗରେ କେନ୍ଦ୍ର ସରକାର ଶନିବାର ଏକ ୮ଜଣିଆ କମିଟି ଗଠନ କରିଛନ୍ତି। ଏହି କମିଟିର ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ନେତୃତ୍ୱରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ଲୋକ ସଭାରେ କଂଗ୍ରେସର ନେତା ଅଧିର ରଂଜନ ଚୌଧୁରୀ, ରାଜ୍ୟ ସଭାରେ ବିରୋଧୀ ଦଳର ପୂର୍ବତନ ନେତା ଗୁଲାମ ନବୀ ଆଜାଦ ଏବଂ ପୂର୍ବତନ ଅର୍ଥ ଆୟୋଗର ଅଧ୍ୟକ୍ଷ ଏନ.କେ ସିଂ ସଦସ୍ୟ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?