ବିକାଶ ଦୁବେଙ୍କ ଗିରଫ ହୋଇଥିବା ୩ ସହଯୋଗୀଙ୍କ ମଧ୍ୟରୁ ଜଣେ କରୋନା ପଜିଟିଭ୍‌

କାନପୁର,୮।୭: କାନପୁରରେ ୮ଜଣ ପୋଲିସ କର୍ମଚାରୀଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କ ୩ସହଯୋଗୀଙ୍କ ମଧ୍ୟରୁ ଜଣଙ୍କୁ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ବୁଧବାର ଫରିଦାବାଦରୁ ଅଙ୍କୁର, ତାଙ୍କ ପିତା ଶ୍ରବଣ ଓ ପ୍ରଭାତଙ୍କୁ କାନପୁର ପୋଲିସ ଗିରଫ କରିଥିଲା। ଏହାପରେ ସେମାନଙ୍କର କରୋନା ଯାଞ୍ଚ କରାଯାଇଥିଲା। ତେବେ ଆସିଥିବା ରିପୋର୍ଟରେ ଶ୍ରବଣଙ୍କ କରୋନା ପଜିଟିଭ୍‌ ବାହାରିଥିବା ବେଳେ ଅଙ୍କୁର ଓ ପ୍ରଭାତଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ସୂଚନାଯୋଗ୍ୟ, ବୁଧବାର ଫରିଦାବାଦରୁ ବିକାଶ ଦୁବେ ଗ୍ୟାଙ୍ଗର ୩ଜଣ ଲୋକଙ୍କୁ ଗିରଫ କରାଯାଇଥିଲା। ଏହାପରେ ସେମାନଙ୍କୁ ଫରିଦାବାଦ କୋର୍ଟରେ ହାଜର କରାଯାଇଥିଲା। ଏହି ମାମଲାର ଶୁଣାଣି କରି କୋର୍ଟ ପ୍ରଭାତଙ୍କୁ ୨୪ଘଣ୍ଟା ପାଇଁ କାନପୁର ପୋଲିସକୁ ଟ୍ରାଞ୍ଜିଟ ରିମାଣ୍ଡରେ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଅଙ୍କୁର ଓ ଶ୍ରବଣଙ୍କୁ କୋର୍ଟ ନ୍ୟାୟିକ ହାଜତକୁ ପଠାଇ ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଅଙ୍କୁର ଓ ଶ୍ରବଣଙ୍କୁ ଫରିଦାବାଦ ଜେଲ୍‌ରେ ରଖାଯିବ। ସେହିପରି ଶ୍ରବଣଙ୍କୁ ଜେଲ୍‌ରେ ହିଁ କ୍ୱାରାଣ୍ଟାଇନ୍‌ ସୁବିଧା ଦିଆଯିବ। ଅପରପକ୍ଷେ ଉକ୍ତ ୩ଜଣଙ୍କୁ ଗିରଫ କରିଥିବା ସମସ୍ତ ପୋଲିସଙ୍କ କରୋନା ଯାଞ୍ଜ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri