ମାସକରେ ଜଣେ ମାଲିକଙ୍କ ୨ ଦୁଇ ବସ୍‌ ଜଳିଗଲା

ବାଲିଗୁଡ଼ା,୧୯ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପଣସପୋଡ଼ି ସାହିକୁ ଯିବା ରାସ୍ତାକଡ଼ରେ ଦୀର୍ଘଦିନ ହେବ ଅଚଳ ହୋଇ ରହିଥିବା କ୍ରିଷ୍ଣା ନାମକ ଘରୋଇ ମିନି ବସ୍‌ଟି ଶନିବାର ରାତିରେ ହଠାତ୍‌ ହୁତୁହୁତୁ ହୋଇ ଜଳିଗଲା। ଯାହାକୁ ନେଇ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେବା ପରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ବସ୍‌ଟିରେ କିଏ ଜାଣିଶୁଣି ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି ବୋଲି ଅଗ୍ନିଶମ ଅଧିକାରୀ ସୁକାନ୍ତ ବାରିକ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ବାଲିଗୁଡ଼ାର କ୍ରିଷ୍ଣା ନାମକ ଏକ ଘରୋଇ ବସ୍‌ ମାଲିକଙ୍କର ଆଉ ଏକ ବସ୍‌ ମଧ୍ୟ ଡିସେମ୍ବର ୨୧ରେ ଥାନା ନିକଟରେ ରହିଥିବା ବେଳେ ଦିନ ଦିପହରେ ହୁତୁହୁତୁ ହୋଇ ଜଳି ଗାଡ଼ିର ଭିତର ପାଖ ସମ୍ପୂର୍ଣ୍ଣ ଜଳି ଯାଇଥିଲା। ମିନି ଘରୋଇ ବସ୍‌ଟି (ଓଆର ୧୨ -୪୩୨୧)କୌଣସି ରୁଟ୍‌ ପରମିଟ୍‌ ନ ଥିବାରୁ ବସ୍‌ଟି ଦୀର୍ଘ ମାସ ହେବ ପରିତ୍ୟକ୍ତ ଅବସ୍ଥାରେ ରହିଥିଲା। ତେବେ ଠିଆ ହୋଇଥିବା ବସ୍‌ରେ କିଭଳି ନିଆଁ ଲାଗିଲା ସେ ନେଇ ଏଯାବତ୍‌ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ତେବେ ଗୋଟିଏ ମାସ ମଧ୍ୟରେ ଜଣେ ମାଲିକଙ୍କର ଦୁଇଦୁଇଟି ବସ୍‌ଜଳିଯିବା ଘଟଣା ସମସ୍ତଙ୍କୁ ଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri