Posted inଜାତୀୟ

ଗୋଟିଏ ଦଳ ଏକଚ୍ଛତ୍ରବାଦ ଶାସନ ଚଳାଇଛି: ଅଧୀର

ସ୍ବତନ୍ତ୍ର ଅଧିବେଶନର ପ୍ରଥମ ଦିନ ତଥା ପୁରୁଣା ସଂସଦ ଭବନରେ ଶେଷ ଦିନରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ହୁଇଲ୍‌ ଚେୟାରରେ ରାଜ୍ୟ ସଭାରେ ଯୋଗ ଦେଇଥିଲେ। ୯୦ ବର୍ଷୀୟ ନେତା ଚୁପ୍‌ଚାପ୍‌ ୧ ଘଣ୍ଟା ବସିରହି ସଂସଦୀୟ ଗଣତନ୍ତ୍ରର ୭୫ ବର୍ଷର ଯାତ୍ରା ଉପରେ ଗୃହର ନେତା ପୀୟୂଷ ଗୋୟଲ ଏବଂ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ୍‌ ଖାର୍ଗେଙ୍କ ଭାଷଣ ଶୁଣିଥିଲେ। ସେହିପରି ଅଧିବେଶନ ଆରମ୍ଭରେ କେ. ଚନ୍ଦ୍ରଶେଖର ରାଓଙ୍କ ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ପକ୍ଷରୁ ଏହାର ଏମ୍‌ପିମାନେ ମହିଳା ସଂରକ୍ଷଣ ଦାବିରେ ଗୃହରେ ପୋଷ୍ଟର ପ୍ରଦର୍ଶନ କରାଯାଇଥିଲା। ବିଆର୍‌ଏସ୍‌ ନେତା କେ. କେଶବ ରାଓ ପୋଷ୍ଟର ଧରି ଆଲୋଚନାରେ ଭାଗ ନେଇଥିଲେ। ପୋଷ୍ଟର ଦେଖାଇ ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନ୍‌କର କହିଥିଲେ। ସରକାର ବହୁସଂଖ୍ୟକବାଦ ଆପଣାଇବା ସହ ସଂସଦୀୟ ଗଣତନ୍ତ୍ରର ସିଦ୍ଧାନ୍ତକୁ ଅଣଦେଖା କରୁଥିବା ରାଜ୍ୟ ସଭାରେ ବିରୋଧୀ ସଦସ୍ୟମାନେ ଅଭିଯୋଗ ଆଣିଥିଲେ। ଗଣତନ୍ତ୍ର ଅର୍ଥ ସଂଖ୍ୟାଗରିଷ୍ଠଙ୍କ ଅତ୍ୟାଚାରରୁ ସୁରକ୍ଷା ଦେବା ବୋଲି ସମ୍ବିଧାନ ପ୍ରଣେତା ବି.ଆର୍‌. ଆମ୍ବେଡ୍‌କରଙ୍କ ଉକ୍ତିକୁ ଉଦ୍ଧାର କରି ଆର୍‌ଜେଡି ସଦସ୍ୟ ମନୋଜ କୁମାର ଝା କହିଥିଲେ।
ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଦେଶରେ ଗୋଟିଏ ଦଳର ଏକଚ୍ଛତ୍ରବାଦ ଚାଲିଛି ଏବଂ ବିରୋଧୀ ଦଳ ଶାସିତ ରାଜ୍ୟଗୁଡ଼ିକରେ ଅସ୍ଥିରତା ସୃଷ୍ଟି ଲାଗି ଉଦ୍ୟମ ହେଉଛି ବୋଲି ଅଭିଯୋଗ କରିଥିଲେ। ବିରୋଧୀ ନେତାଙ୍କୁ ଟାର୍ଗେଟ କରି କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର ଅପବ୍ୟବହାର କରାଯାଉଥିବା ସେ କହିଥିଲେ। ବିଭିନ୍ନ ଦଳର ଏମ୍‌ପିମାନଙ୍କ ମଧ୍ୟରେ ଭ୍ରାତୃଭାବ ଏବଂ ପାରସ୍ପରିକ ସମ୍ମାନ ରହିବା ଆବଶ୍ୟକ ବୋଲି ତୃଣମୂଳ କଂଗ୍ରେସ ସଦସ୍ୟ ସୁଦୀପ୍‌ ବନ୍ଦୋପାଧ୍ୟାୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?