ପାଣ୍ଡିଆନଙ୍କ ଶଳା ପରିଚୟରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗ

ମାଲକାନଗିରି,୨୬ା୮: ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା ହୋଇଥିବା ବେଳେ ଏଠି ବେକାରି ସଂଖ୍ୟା ଅଧିକ ରହିଛି। ଚାକିରି ପାଇବା ପାଇଁ ଯୁବତୀଯୁବକମାନେ ଆଶା କରିଥିଲେ ମଧ୍ୟ ସୁଯୋଗ ନ ପାଇ ଦଲାଲଙ୍କ ଶିକାର ହୋଇ ପରେ ଅନୁତାପ କରୁଛନ୍ତି। ଜିଲାରେ ଜାଲ୍‌ ସାର୍ଟିଫିକେଟ, ଆଧାର କାର୍ଡ, ନକଲି ପୋଲିସ ଅଧିକାରୀ, ନକଲି ମାଓବାଦୀ ଆଦି ଅନେକ ଘଟଣାରେ ଅଭିଯୁକ୍ତମାନେ ଗିରଫ ହୋଇଥିବା ନଜିର ରହିଛି। କିନ୍ତୁ ବର୍ତ୍ତମାନ ଜନ ପ୍ରତିନିଧି ଓ ରାଜନେତାମାନେ ବେକାର ଉଚ୍ଚଶିକ୍ଷିତ ଯୁବତୀ ଯୁବକମାନଙ୍କୁ ଚାକିରି କରାଇଦେବା ନଁାରେ ଟଙ୍କା ଠକେଇ ଘଟଣାର ପର୍ଦ୍ଦାଫାଶ ହୋଇଛିି।

ମାଲକାନଗିରି ଜିଲାରେ ବିଜେଡିର କେତେକ ଜନ ପ୍ରତିନିଧି ଯୁବତୀ ଯୁବକମାନଙ୍କୁ ଚାକିରି କରାଇଦେବା ନଁାରେ ବହୁ ଲକ୍ଷ ଟଙ୍କା ହଡପକରି ନେଇଥିବା ମାଥିଲି ଥାନାରେ ଅଭିଯୋଗ ହୋଇଛି। ମାଥିଲି ଥାନା ଅନ୍ତର୍ଗତ ମିଲୁଗୁଡା ଗ୍ରାମର ରବିନାରାୟଣ ପୁହାଣ ମାଥିଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏଥିରେ ଉଲ୍ଲେଖ ରହିଛି, ତାଙ୍କ ପୁଅଙ୍କୁ ଯୋଗାଣ ବିଭାଗରେ ଇନ୍ସପେକ୍ଟର ଚାକିରି କରାଇଦେବା ନଁାରେ ମାଥିଲି ଜିଲା ପରିଷଦ ଜୋନ୍‌-୩ ସଭ୍ୟା ସସ୍ମିତା ମାଝି ୨୦୨୩, ଏପ୍ରିଲ ୨୫ରେ ୧ ଲକ୍ଷ ଟଙ୍କା, ଏପ୍ରିଲ ୨୮ ରେ ୩୦ ହଜାର ଟଙ୍କା ନଗଦ ନେଇଥିଲେ। ପରେ ଭୁବନେଶ୍ୱରରେ ସୁଜାତା ପାଣ୍ଡିଆନଙ୍କ ଭାଇ କହୁଥିବା ରମେଶ ଚନ୍ଦ୍ର ରାଉତଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିରେ ୬ ଲକ୍ଷ ଟଙ୍କା ପଠାଇବାକୁ କହିଥିଲେ। ପରବର୍ତ୍ତୀ ସମୟରେ ତାଙ୍କ କାର୍ଯ୍ୟ ନ ହେବାରୁ ରବିନାରାୟଣ ଏ ସମ୍ପର୍କରେ ସସ୍ମିତାଙ୍କୁ ପଚାରିବାରୁ କିଛି ନ ଶୁଣିବା ସହ ଥାନାରେ କହିଲେ ଜୀବନରେ ମାରିଦେବା ପାଇଁ ଧମକ ଦେଇଥିଲେ। ଫଳରେ ରବିନାରାୟଣ ୧୯ା୮ା୨୪ରେ ମାଥିଲି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୧୬୬/୨୪ରେ ମାମଲା ରୁଜୁ କରିଛି। ଘଟଣାର ମାଷ୍ଟର ମାଇଣ୍ଡ ସସ୍ମିତା ମାଝି ଫେରାର ହୋଇଯାଇଥିବା ବେଳେ ଏହାର ମୁଖ୍ୟ ଅଭିଯୁକ୍ତ ରମେଶ ଚନ୍ଦ୍ର ରାଉତଙ୍କୁ କେନ୍ଦ୍ରାପଡ଼ାରୁ ରବିବାର ମାଥିଲି ପୋଲିସ ଗିରଫ କରିଛି।

ସେହିପରି ମାଥିଲି ସଦର ବ୍ଲକର ମାଧବୀ ହରେଶ କୁମାର ନାମ୍ନୀ ଜଣେ ମହିଳା ମଧ୍ୟ ବିଜେଡିର ବରିଷ୍ଠ ନେତା ଜୀବନ ସାହୁଙ୍କ କଥାରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଚାକିରି ନିମନ୍ତେ ବିଜ୍ଞାପନ ବାହାରିଥିବାରୁ ଚାକିରି ଲାଗି ୧୦ ଲକ୍ଷ ୧୦ ହଜାର ଟଙ୍କା ରମେଶଙ୍କ ଆକାଉଣ୍ଟକୁ ପଠାଇଥିଲେ। ପରେ ଉକ୍ତ ପଦବୀର ଫଳ ବାହାରିବା ସମୟରେ ତାଙ୍କ ନାମ ନ ଥିବା ଜାଣିବାକୁ ପାଇଥିଲେ। ଏ ସମ୍ପର୍କରେ ଜୀବନ ସାହୁ ଓ ରମେଶଙ୍କୁ ଟଙ୍କା ମାଗିବାରୁ ସେମାନେ ଫେରସ୍ତ କରିପାରି ନ ଥିଲେ। ଫଳରେ ମାଧବୀ ମାଥିଲି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୧୫୦/୨୦ା୭ା୨୪ ରେ ମାମଲା ରୁଜୁ କରିଛି।

ସେହିପରି ମାଥିଲି ସଦର ବ୍ଲକର କାର୍ତ୍ତିକ ରାୟ ମଧ୍ୟ ଗତବର୍ଷ ହୋଇଥିବା ଇ-ବାଇକ୍‌ ଯୋଜନାର ଡିଲରଶିପ୍‌ ବିଷୟରେ ଜାଣିବା ପରେ ଏହାର ସମସ୍ତ ନିୟମ ସସ୍ମିତା ଜାଣିଥିବେ ବୋଲି ତାଙ୍କ ସହ ଯୋଗାଯୋଗ କରିଥିଲେ ା ସସ୍ମିତା ଏହି ଯୋଜନା ନିମନ୍ତେ ୨୬ ଲକ୍ଷ ୨୦ ହଜାର ଟଙ୍କା ରମେଶଙ୍କ ଆକାଉଣ୍ଟରେ ଜମା କରିବାକୁ କହିଥିଲେ। ଫଳରେ ସେ ରମେଶଙ୍କ ଆକାଉଣ୍ଟରେ ୯ଟି କିସ୍ତିରେ ମୋଟ ୨୬ ଲକ୍ଷ ୨୦ ହଜାର ଟଙ୍କା ଜମା କରିଥିଲେ ା ପରବର୍ତ୍ତୀ ସମୟରେ ସେ ଜାଣିବାକୁ ପାଇଲେ, ଏହା ଏକ ମିଥ୍ୟା ଯୋଜନା। ଏ ସମ୍ପର୍କରେ କାର୍ତ୍ତିକ ମାଥିଲି ଥାନାରେ ଅଭିଯୋଗ କଲା ପରେ ନଂ. ୧୪୯/୨୦ା୭ା୨୪ରେ ମାମଲା ରୁଜୁ କରାଯାଇଛି।

ଏ ସମ୍ପର୍କରେ ମାଥିଲି ଥାନା ଅଧିକାରୀ ଦେବଦତ୍ତ ମଲ୍ଲିକଙ୍କୁ ପଚାରିିବାରୁ ଏ ସମ୍ପର୍କରେ ୩ଟି ମାମଲା ମାଥିଲି ଥାନାରେ ରୁଜୁ କରାଯାଇଛି। ବର୍ତ୍ତମାନ ଏହାର ଉଚ୍ଚସ୍ତରୀୟ ତଦନ୍ତ ଚାଲିଛି। ସସ୍ମିତା ମାଥିଲିରେ ଅନୁପସ୍ଥିତ ଅଛନ୍ତି। ଅଭିଯୁକ୍ତ ରମେଶ ଚନ୍ଦ୍ର ରାଉତଙ୍କୁ କେନ୍ଦ୍ରାପଡ଼ାରୁ ମାଥିଲି ପୋଲିସ ଗିରଫ କରିଛି । ତଦନ୍ତ ପରେ ସମସ୍ତ ତଥ୍ୟ ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri