ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛି।

ସୂଚନା ଅନୁସାରେ, ମଙ୍ଗଳବାର ଭୋର ସମୟରେ ଗୋରୁ ଚାଲାଣ ହେଉଥିବା ଖବର ପାଇ କିଛି ଗୋସୁରକ୍ଷା ବାହିନୀର ଯୁବକ ଗାଡିକୁ ଅଟକାଇବା ପାଇଁ ପିଛା କରିଥିଲେ । ଗାଡିଟି ଦ୍ରୁତ ଗତିରେ ଯାଉଥିବା ବେଳେ ଖନ୍ତାପଡ଼ା ଥାନା କସବା ଜୟପୁର ପଞ୍ଚାୟତ ଅଳସୁଁଆ ଗ୍ରାମର କୃପାସିନ୍ଧୁ ବେହେରା ଓ ଲମ୍ବୋଧର ମହାପାତ୍ର ଏକ ବାଇକରେ ଗାଡିକୁ ପିଛା କରିଥିଲେ । ଗୋରୁ ବୋଝେଇ ଗାଡିଟି ଖନ୍ତାପଡା ନିକଟ ଅଳସୁଆଁ ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ବାଇକରେ ଥିବା ୨ ଜଣ ଯୁବକଙ୍କୁ ଧକ୍କା ଦେଇଥିଲା।

ତେବେ ଖବରପାଇ ଖନ୍ତାପଡ଼ା ଥାନା ପୋଲିସ ଫେରାର ହୋଇଯାଉଥିବା ଗାଡିକୁ ଜବତ କରିଛି । ଦୁର୍ଘଟଣାର ଶିକାର ହୋଇଥିବା ଯୁବକ ଦୁଇଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସୋର ଡ଼ାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର କୃପାସିନ୍ଧୁଙ୍କୁ ମୃତ ଘୋଷଣା କରିଥିଲେ । ସେହିପରି ଲମ୍ବୋଦରଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବାଲେଶ୍ୱର ଓ ପରେ କଟକ ବଡ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

 

Dharitri – Odisha’s No.1 Odia Daily

Share