ଷ୍ଟ୍ରୋକ୍‌ ଯୋଗୁ ପ୍ରତି ୪ ମିନିଟ୍‌ରେ ଜଣେ ପ୍ରାଣ ହରାଉଛନ୍ତି

ନୂଆଦିଲ୍ଲୀ, ୧୦। ୩:ଷ୍ଟ୍ରୋକ୍‌ ଯୋଗୁ ଭାରତରେ ପ୍ରତି ୪ ମିନିଟରେ ଜଣଙ୍କର ମୃତ୍ୟୁ ଘଟୁଛି। ବର୍ତ୍ତମାନ ଏହା ଦେଶରେ ଘଟୁଥିବା ମୃତ୍ୟୁର ଦ୍ୱିତୀୟ ପ୍ରମୁଖ କାରଣ ପାଲଟିଥିବା ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ)ର ନ୍ୟୁରୋଲୋଜିଷ୍ଟ (ମସ୍ତିଷ୍କ ରୋଗ ବିଶେଷଜ୍ଞ) ପ୍ରଫେସର ଏମ୍‌.ଭି. ପଦ୍ମା ଶ୍ରୀବାସ୍ତବ କହିଛନ୍ତି। ଦେଶରେ ପ୍ରତିବର୍ଷ ୧,୮୫,୦୦୦ ଜଣ ଷ୍ଟ୍ରୋକ୍‌ର ଶିକାର ହେଉଛନ୍ତି। ସେହିପରି ପ୍ରତି ୪୦ ସେକେଣ୍ଡରେ ଜଣଙ୍କୁ ଷ୍ଟ୍ରୋକ୍‌ ଆସିଥାଏ। ଗ୍ଲୋବାଲ୍‌ ବଡର୍ନ ଡିଜିଜ୍‌ (ଜିବିଡି) ତଥ୍ୟ ମୁତାବକ ୬୮.୬% ଷ୍ଟ୍ରୋକ୍‌ ଭାରତୀୟଙ୍କଠାରେ ଦେଖାଯାଉଥିବାବେଳେ ଏଥିରୁ ୭୦.୯%ଙ୍କ ଷ୍ଟ୍ରୋକ୍‌ ଯୋଗୁ ମୃତ୍ୟୁ ହେବା ସହ ୭୭.୭% ଅସୁସ୍ଥ ହୋଇପଡ଼ୁଛନ୍ତି। ବର୍ତ୍ତମାନ ସମୟରେ ବୟସ୍କଙ୍କ ତୁଳନାରେ କମ୍‌ ଓ ମଧ୍ୟ ବୟସ୍କଙ୍କ ପାଇଁ ଷ୍ଟ୍ରୋକ୍‌ ଘାତକ ସାଜିଛି। ଜିବିଡି ରିପୋର୍ଟ ଅନୁସାରେ ବିଶ୍ୱରେ ବର୍ଷକୁ ୨୦ ବର୍ଷରୁ କମ୍‌ ବୟସର ୫୨ ଲକ୍ଷ ପିଲା ଷ୍ଟ୍ରୋକ୍‌ର ଶିକାର ହେଉଛନ୍ତି।
ଡାକ୍ତରଖାନାଗୁଡ଼ିକରେ ସ୍ବାସ୍ଥ୍ୟସେବାର ଅଭାବ ଯୋଗୁ ଷ୍ଟ୍ରୋକ୍‌ରେ ଆକ୍ରାନ୍ତ ଲୋକଙ୍କ ମୃତ୍ୟୁ ଘଟୁଥିବା ଲକ୍ଷ୍ୟ କରାଯାଇଛି। ସହରାଞ୍ଚଳ ତୁଳନାରେ ଗ୍ରାମାଞ୍ଚଳ ଲୋକମାନେ ଏହା ଦ୍ୱାରା ଅଧିକମାତ୍ରାରେ ପ୍ରଭାବିତ ହେଉଛନ୍ତି। ମାନସିକ ଚାପ ଷ୍ଟ୍ରୋକ୍‌ର ମୁଖ୍ୟ କାରଣ। ଅନ୍ୟପକ୍ଷେ କୋଭିଡ୍‌ ମହାମାରୀ ପରଠାରୁ ଷ୍ଟ୍ରୋକ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବା ଆମେରିକାର ଥୋମାସ ଜେଫରଶନ୍‌ ୟୁନିଭର୍ସିଟି ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri