ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କାଳିଆବାଲି ଗ୍ରାମର ଏସ୍. ଦାଲେୟା ରେଡ୍ଡୀ (୪୮) ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଏସ୍. ଦାଲେୟା ରେଡ୍ଡୀ ନିଜ ଗ୍ରାମକୁ ଫେରୁଥିବା ବେଳେ କାଳିଆବାଲି ଛକ ନିକଟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଫଳରେ ତାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା।

ଖବର ପାଇ ଚମାଖଣ୍ଡି ଥାନା ପୋଲିସ ଓ ସ୍ଥାନୀୟ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ଦୁର୍ଘଟଣା ଘଟାଇଥିବା ଗାଡ଼ିର କୌଣସି ସନ୍ଧାନ ମିଳିନଥିଲା। ପୋଲିସ ମୃତଦେହକୁ ଉଦ୍ଧାର କରି କେସ୍ ନଂ–୨୨୬/୨୦୨୬ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ପରେ ମୃତଦେହ ବ୍ୟବଛେଦ ପାଇଁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଥିଲା। ଘଟଣାକୁ ନେଇ ପୋଲିସର ତଦନ୍ତ ଜାରି ରହିଛି।

ଏସ୍. ଦାଲେୟା ରେଡ୍ଡୀଙ୍କ ଦୁର୍ଘଟଣାଜନତ ମୃତ୍ୟୁ ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ମୃତକଙ୍କ ଶେଷ ଦର୍ଶନ କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ।

ସେହିପରି ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ସରପଞ୍ଚ ଏସ୍. ସଞ୍ଜୀବ ରେଡ୍ଡୀ ମୃତକଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ଆବଶ୍ୟକ ସହାୟତା ପ୍ରଦାନ କରିବାକୁ ପ୍ରଶାସନ ନିକଟରେ ଅନୁରୋଧ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?