ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧୦ ନଂ ଓ୍ବାର୍ଡ ରାଣୀ ସାହି ମଞ୍ଜରୀ ନଗରର ଶିବ ସାହୁ(୫୦) ଘର ନିକଟସ୍ଥ ଗଣ୍ଡରେ ବୁଡିଯିବାରୁ ମୃତ୍ୟୁ ଘଟିଛି। ଖବରପାଇ କାଉନସିଲର ଦୀପକ କୁମାର ମିଶ୍ର, ସାମାଜିକ କର୍ମୀ କେ.କୁନା ଘଟଣାସ୍ଥଳରେ ପହଞ୍ଚି ଦିଗପହଣ୍ଡି ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ବୃନ୍ଦ ଘଟଣାସ୍ଥଳରେ ପହଞ୍ଚି ଚେତାଶୂନ୍ୟ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।


