ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ: ଜଣେ ଆହତ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ଥାନା ବିଦେଇବଡକୁଦର ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡିଛି ।

ସୂଚନା ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ବାରକୋଟ ଥାନା ବଳିତା ଗ୍ରାମର ସୋନୁ ବାନାର୍ଜୀ ଓ କଲା ଗ୍ରାମର ବିଚିତ୍ରା ନାୟକ ଏକ ବାଇକ ଯୋଗେ ବମ୍ପରଡା ପଟୁ ବାରକୋଟ ଅଭିମୁଖେ ଆସୁଥିବାବେଳେ ଭାରସାମ୍ୟ ହରାଇ ରାସ୍ତା ଉପରେ ଛିଡା ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଧକ୍କା ଦେଇଥିଲେ । ତେବେ ଉକ୍ତ ବ୍ୟକ୍ତି ଜଣକ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ସୋନୁ ଏବଂ ବିଚିତ୍ରା ରାସ୍ତା ଉପରେ ଛିଟିକି ପଡିଥିଲେ। ଫଳରେ ସୋନୁ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ସେହିପରି ବିଚିତ୍ରା ସାମାନ୍ୟ ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ସୋନୁଙ୍କୁ ଉଦ୍ଧାର କରି ସ୍ଥାନୀୟ ପ୍ରଥମେ ବାରକୋଟ ଡାକ୍ତରଖାନାକୁ ନିଆଯାଇଥିବା ବେଳେ ଅଧିକ ଚିକିତ୍ସା ନିମନ୍ତେ ସେଠାରୁ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ମାତ୍ର ଅବସ୍ଥା ଅତି ଗୁରୁତର ଥିବାରୁ ବୁର୍ଲା ଡାକ୍ତରଖାନା ପଠା ଯାଇଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା । ଫଳରେ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ତାଙ୍କ ଶବ ଫେରାଇ ଆଣିଥିଲେ। ବାରକୋଟ ଥାନାରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି ପୋଲିସ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri