Posted inଜାତୀୟ

ଜଣେ ବ୍ୟକ୍ତି ଗୋଟିଏ ସିଟ୍‌ରୁ ହିଁ ଲଢ଼ିପାରିବେ ନିର୍ବାଚନ

ନୂଆଦିଲ୍ଲୀ,୭ା୧୦: ନୂତନ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆସିବା ପରେ ‘ଜଣେ ବ୍ୟକ୍ତି ଗୋଟିଏ ଆସନ’ ନିୟମ ଲାଗୁ କରିବାକୁ ନିର୍ବାଚନ ଆୟୋଗଙ୍କ ପ୍ରସ୍ତାବ ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି। ୨୦୦୪ରେ ପ୍ରଥମ ଥର ପାଇଁ ଏହି ପ୍ରସ୍ତାବ ନିର୍ବାଚନ ଆୟୋଗ ଦ୍ୱାରା କେନ୍ଦ୍ର ସରକାରଙ୍କ ନିକଟକୁ ପଠାଯାଇଥିଲା। କିନ୍ତୁ ୧୮ ବର୍ଷ ମଧ୍ୟରେ ଏହି ନିୟମର କାର୍ଯ୍ୟକାରିତାକୁ ନେଇ କିଛି ଅଗ୍ରଗତି ହୋଇପାରି ନାହିଁ। ଅର୍ଥାତ୍‌ ଏହି ପ୍ରସ୍ତାବ ଶୀତଳଭଣ୍ଡାରରେ ପଡ଼ିରହିଛି। ଏବେ ପୁଣି ଥରେ ଏହି ନିୟମ ଲାଗୁ ଉପରେ ନିର୍ବାଚନ କମିଶନ ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପୁଣି ଥରେ ଏହି ପ୍ରସ୍ତାବକୁ କେନ୍ଦ୍ରକୁ ପଠାଇଛନ୍ତି। ଏଥିସହ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ସହିତ ଏହି ପ୍ରସଙ୍ଗରେ ଇସିଙ୍କ ଆଲୋଚନା ଚାଲିଛି।

ଲୋକ ସଭା ଅଧିନିୟମ, ୧୯୫୧ ନିର୍ବାଚନରେ ‘ଜଣେ ବ୍ୟକ୍ତି ଗୋଟିଏ ଆସନ’ ନିୟମ ଲାଗୁ ସଂଶୋଧନ କରିବାକୁ ପଡ଼ିବ। ବର୍ତ୍ତମାନ, ଲୋକ ପ୍ରତିନିଧି ଅଧିନିୟମର ଧାରା ୩୩ (୭) ରେ ଥିବା ନିୟମ ଅନୁଯାୟୀ ଜଣେ ବ୍ୟକ୍ତି ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ। ୨୦୦୪ରେ ଯେତେବେଳେ ପ୍ରଥମ ଥର ପାଇଁ ନିର୍ବାଚନ ଆୟୋଗ କେନ୍ଦ୍ର ସରକାରଙ୍କୁ ‘ଜଣେ ବ୍ୟକ୍ତି ଗୋଟିଏ ଆସନ’ ପ୍ରସ୍ତାବ ପଠାଇଲେ ସେତେବେଳେ ଯୁକ୍ତି ହେଲା ଯେ ଯଦି ଜଣେ ବ୍ୟକ୍ତି ୨ଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରନ୍ତି ଏବଂ ଉଭୟ ଆସନରୁ ଜିତିବା ପରେ ଗୋଟିଏ ସିଟ୍‌ ଖାଲି କରନ୍ତି, ତେବେ ଏହାର ମୂଲ୍ୟ ଉପ-ନିର୍ବାଚନ କରିବା ପାଇଁ ପୁଣି ଆସେ। ଏହା ଅର୍ଥର ଅପବ୍ୟବହାର। ଏହାକୁ ଦୃଷ୍ଟିରେ ରଖି ନିର୍ବାଚିତ ପ୍ରାର୍ଥୀ ଆସନ ଛାଡ଼ିବା ପାଇଁ ସରକାରଙ୍କ ଆକାଉଣ୍ଟରେ ଏକ ନିର୍ଦ୍ଦିଷ୍ଟ ରାଶି ଜମା କରିବାକୁ ଏକ ନିୟମ କରିବାକୁ ଇସି ସୁପାରିସ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri