Posted inଜାତୀୟ

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର ମୃତ୍ୟୁଦଣ୍ଡ ଦେଇଛନ୍ତି।
ସିଲିଗୁଡି ସବ-ଡିଭିଜନାଲ କୋର୍ଟ ମହମ୍ମଦ ଅବ୍ବାସଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଗତ ବର୍ଷ ଅଗଷ୍ଟରେ ସେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରିବା ପରେ ଏକ ଇଟା ଦ୍ୱାରା ମୁଣ୍ଡକୁ ଛେଚି ହତ୍ୟା କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ।
ଗତ ବର୍ଷ ଅଗଷ୍ଟ ୨୧ରେ ମାଟିଗାରା ଅଞ୍ଚଳର ଜଙ୍ଗଲରେ ପୀଡିତାଙ୍କ ମୃତଦେହ ମିଳିଥିଲା। ଏହି ଘଟଣା ପରେ ସାରା ରାଜ୍ୟରେ ବ୍ୟାପକ ବିରୋଧ ପ୍ରଦର୍ଶନ କରାଯାଇଥିଲା। ଯୌନ ଅପରାଧ ସହ ଜଡିତ ବିଭିନ୍ନ ବିଭାଗରେ ଅବ୍ବାସଙ୍କୁ ବୁକ କରାଯାଇଥିଲା। ଏକ ବର୍ଷରୁ ଅଧିକ ସମୟ ଧରି ଚାଲିଥିବା କୋର୍ଟର ଶୁଣାଣି ପରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା ଏବଂ ପରେ ଶନିବାର ତାଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି।
ସରକାରୀ ଓକିଲ ଏହି ନିଷ୍ପତ୍ତିକୁ ସ୍ବାଗତ କରି କହିଛନ୍ତି ମୁଁ ଆରମ୍ଭରୁ ମୃତ୍ୟୁଦଣ୍ଡ ଦାବି କରୁଛି। ଦୋଷୀଙ୍କୁ ମୃତ୍ୟୁଦଣ୍ଡ ଦେବା ବ୍ୟତୀତ ପୀଡିତାଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ପୀଡିତାଙ୍କ ମାତାପିତା ମଧ୍ୟ ଏହି ନିଷ୍ପତ୍ତିକୁ ସ୍ବାଗତ କରି କହିଛନ୍ତି ଯେ ଅପରାଧୀଙ୍କ ପାଇଁ ମୃତ୍ୟୁଦଣ୍ଡଠାରୁ କମ କିଛି ଉଚିତ ନୁହେଁ।
ଏହି ରାୟ ଗତ ମାସରେ କୋଲକାତାର ଆର.ଜି. କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ବିରୋଧରେ ରାଜ୍ୟବ୍ୟାପୀ ବିରୋଧ ମଧ୍ୟରେ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦ କୋଟିର ଜିଏସ୍‌ଟି ଠକେଇ ମାମଲା: ୧୪ ସ୍ଥାନରେ ଚଢ଼ାଉ, ୩୩ ଗିରଫ

ଅହମଦାବାଦ, ୮।୧୦: ଅହମଦାବାଦ କ୍ରାଇମବ୍ରାଞ୍ଚ ପକ୍ଷରୁ ଜିଏସ୍‌ଟି ଠକେଇ ବିରୋଧରେ ବଡ଼ ଅଭିଯାନ ଆରମ୍ଭ ହୋଇଛି। ଅହମ୍ମଦାବାଦ, ଜୁନାଗଡ଼, ସୁରଟ, ଖେଡ଼ା, ଭାବନଗର ଆଦି ସମେତ ଗୁଜରାଟର...

୨୦୧୪ରେ ଭାଜପା ସହ ମେଣ୍ଟ ପିଡିପି ପରାଜୟର କାରଣ

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାନଚରେ ମେହବୁବା ମୁଫ୍‌ତିଙ୍କ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଶୋଚନୀୟ ପରାଜୟ ବରଣ କରିଛି। ଏହି ଦଳର ଆସନ ସଂଖ୍ୟା ୩କୁ...

କଟା ଘା’ରେ ଚୂନ ମାରିଲେ କେଜରିଓ୍ବାଲ, ଇସାରାରେ ରାହୁଲଙ୍କୁ କହିଦେଲେ ଏମିତି…

ନୂଆଦିଲ୍ଲୀ,୮।୧୦: ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ର ଫଳାଫଳ ସମ୍ପୂର୍ଣ୍ଣ ସ୍ପଷ୍ଟ ହୋଇ ସରିଛି। ଫଳାଫଳନୁସାରେ ଭାଜପା ପୁଣି ଥରେ ରାଜ୍ୟରେ ସରକାର ଗଠନ କରିବକୁ ଯାଉଛି।...

ଭାଜପାକୁ ବଡ଼ ଝଟ୍‌କା ଦେଲା ଜମ୍ମୁ-କଶ୍ମୀର, କାରଣ ଥିଲା…

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ୯୦ ବିଧାନସଭା ଆସନରେ ଭୋଟ ଗଣନା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏବେ ଯାଏ ନ୍ୟାଶନାଲ କନଫରେନ୍ସ ବା ଏନସି ଓ କଂଗ୍ରେସ ମେଣ୍ଟ...

ହରିୟାଣାରେ ଧର୍ମେନ୍ଦ୍ରଙ୍କ କମାଲ, ଭାଜପାର ହ୍ୟାଟ୍ରିକ ବିଜୟ

ଚଣ୍ଡିଗଡ,୮।୧୦: ଭାରତୀୟ ଜନତା ପାର୍ଟି ଏକଜିଟ୍‌ ପୋଲ୍‌କୁ ଭୁଲ ପ୍ରମାଣିତ କରି ହରିୟାଣାରେ ପ୍ରଚଣ୍ଡ ବହୁମତ ସହ ହ୍ୟାଟ୍ରିକ ବିଜୟ ହାସଲ କରିଛି। ଭାଜପା ଯେଉଁଠି...

କ’ଣ ଏହି ଜିଲାପି ଓ ଜାଟ୍‌ ଫ୍ୟାକ୍ଟର? କଂଗ୍ରେସ ପାଇଁ ହରିୟାଣାରେ କଲା ଅଡୁଆ

ନୂଆଦିଲ୍ଲୀ,୮।୧୦: ହରିୟାଣା ନିର୍ବାଚନରେ ଦୁଇଟି ପ୍ରମୁଖ ଶଦ୍ଦ ଥିଲା ଜାଟ୍‌ ଓ ଜିଲାପି। କଂଗ୍ରେସ ଏହି ଦୁଇଟି ଉପରେ ବାଜି ଲଗାଇଥିଲା। ହେଲେ ଶେଷ ମୂହୁର୍ତ୍ତରେ...

କଂଗ୍ରେସରେ ଯୋଗଦେବେ କି ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବ, ଫଳାଫଳ ପରେ ଦେଲେ ବଡ଼ ବୟାନ…

ନୂଆଦିଲ୍ଲୀ,୮।୧୦: ହରିୟାଣା ଏବଂ ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି। ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି ହରିୟାଣାରେ ତୃତୀୟ ଥର ପାଇଁ...

ଆରଜି କର ହସପିଟାଲର ୫୦ ବରିଷ୍ଠ ଡାକ୍ତର ଦେଲେ ଇସ୍ତଫା

କୋଲକାତା,୮।୧୦: ଆନ୍ଦୋଳନରତ କନିଷ୍ଠ ଡାକ୍ତରମାନଙ୍କ ସମର୍ଥନରେ ଆରଜି କର କଲେଜ ଏବଂ ହସପିଟାଲର ୫୦ ବରିଷ୍ଠ ଡାକ୍ତର ଇସ୍ତଫା ଦେଇଛନ୍ତି। ମହିଳା ଟ୍ରେନିଂ ଡାକ୍ତରଙ୍କୁ ବଳାତ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri