ବାଇକ୍‌ ଧକ୍କାରେ ଜଣଙ୍କ ଜୀବନ ଗଲା, ୨ ଗୁରୁତର

କୋକସରା,୩୧।୧: କଳାହାଣ୍ଡି ଜିଲା କୋକସରା ବ୍ଲକ ବଙ୍ଗୋମୁଣ୍ଡା-ଟେମରା ରାସ୍ତା ମଝିରେ ଥିବା ଏକ ବୁଲାଣି ନିକଟରେ ରବିବାର ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ସୂଚନା ଯୋଗ୍ୟ, ୨ ବାଇକ୍‌ ମଧ୍ୟରେ ଧକ୍କା ହୋଇ ୪ ଜଣ ଯୁବକ ରାସ୍ତାରେ ପଡି ରହିଥିଲେ। ସେତିକିବେଳେ ରାସ୍ତାରେ ଯାଉଥିବା କିଛି ଲୋକ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କୋକସରା ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର କୋକସରା ବ୍ଲକ ମଙ୍ଗଳପୁର ଗ୍ରାମର ଗୌତମ ନାଏକ(୧୭)ଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଜିଲା ମୁଖ୍ୟ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ସେମାନେ ହେଲେ କର୍ଲାଗୁଡ଼ା ଗ୍ରାମର ପିଣ୍ଟୁ ଚଳାନ(୨୦) ଏବଂ ଆମପାଣି ଗ୍ରାମର ଖୁସିରାମ ପୁଝାରି(୧୮)। ଅନ୍ୟ ଜଣେ ଆହତ ନାବାଳକ ଚନ୍ଦନ ଧରୁଆ(୧୩)ଙ୍କ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ଥିବା ଜଣାପଡିଛି । କୋକସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରିଛନ୍ତି। ଏ ନେଇ କୋକସରା ଥାନାରେ ଏକ ମାମଲ(ନଂ.୨୨/୨୧) ରୁଜୁ ହୋଇ ତଦନ୍ତ ଚାଲିଥିବା ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ଜନ୍ମେଜୟ ବାଗ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri