ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ କୋରାପୁଟ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ମୃତ ଯୁବକ ଲାଠିଗୁଡ଼ା ଗ୍ରାମର ମଧୁ ବଡ଼ନାୟକ (୩୫)। ଗୁରୁତର ହେଲେ ଡମ୍ବରୁଧର ବଡ଼ନାୟକ (୩୦)।

ସୂଚନାନୁଯାୟୀ, କୋରାପୁଟ ସଦର ଥାନା ଅନ୍ତର୍ଗତ ମୁଜାଙ୍ଗ ପଞ୍ଚାୟତର ଲାଠିଗୁଡ଼ା ଗ୍ରାମର ମଧୁ ଓ ଡମ୍ବରୁଧର ଶନିବାର ଅପରାହ୍ନରେ ଗ୍ରାମ ନିକଟରେ ଥିବା ନିଜ ଜମିକୁ ପାଣି ମଡ଼ାଇବା ନେଇ ନିକଟରେ ଥିବା ଏକ ପାହାଡ଼ରୁ ମାଟି ଆଣି ଜମି ହୁଡ଼ାରେ ପକାଉଥିଲେ। ଏହି ସମୟରେ ପାହାଡ଼ରୁ ହଠାତ୍‌ ଏକ ବଡ଼ ମାତିଅତଡ଼ା ତାଙ୍କ ଉପରେ ପଡ଼ିଯିବାରୁ ଉଭୟେ ପୋତି ହୋଇ ଯାଇଥିଲେ। ନିକଟରେ ଥିବା କିଛି ଗ୍ରାମବାସୀ ଏହାକୁ ଦେଖି କୋରାପୁଟ ସଦର ଥାନା ଓ ଅଗ୍ନିଶମ ବାହିନୀକୁ ସୂଚନା ଦେଇଥିଲେ। ଖବର ପାଇ କୋରାପୁଟ ଅଗ୍ନିଶମ ବାହିନୀର ଅଧିକାରୀ ବିଜୟ କିଷାନଙ୍କ ନିର୍ଦ୍ଦେଶ କ୍ରମେ ହାବିଲଦାର ସନ୍ଦୀପ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ଟିମ୍‌ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମାଟି ଅତଡ଼ା ହଟାଇ ପ୍ରଥମେ ସଂଜ୍ଞାହୀନ ଭାବେ ଥିବା ଡମ୍ବରୁଧର ବଡ଼ନାୟକଙ୍କୁ ଉଦ୍ଧାର କରି ତାଙ୍କୁ ଜରୁରୀ ଚିକିତ୍ସା ପାଇଁ କୋରାପୁଟ ମେଡିକାଲକୁ ପଠାଇଥିଲେ। ପରେ ମୃତ ମଧୁ ବଡ଼ନାୟକଙ୍କୁ ଉଦ୍ଧାର କରି କୋରାପୁଟ ମେଡିକାଲକୁ ପଠାଇଥିଲେ। ଏହି ଉଦ୍ଧାର କାର୍ଯ୍ୟ ଶନିବାର ରାତି ଯାଏ ଚାଲିଥିଲା। ରବିବାର ମଧୁଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଥିବା ଜଣାଯାଇଛ। ବର୍ତ୍ତମାନ ମେଡିକାଲରେ ଗୁରୁତର ଡମ୍ବରୁଧରଙ୍କ ଅବସ୍ଥା ସ୍ଥିର ଥିବା ଜଣାଯାଇଛି। ଏହି ଘଟଣା ପରେ ସମ୍ପୃକ୍ତ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri