ବାର୍‌ହା ଶିକାର ପାଇଁ ବୋମା ଭିଡୁଥିବା ବେଳେ ଚାଲିଗଲା ଜଣଙ୍କ ଜୀବନ, ୨ ଗୁରୁତର

ଶେରଗଡ଼,୨୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଳରାମପୁର ନିକଟସ୍ଥ ଭୀମପୁରା ଗ୍ରାମରେ ଗୁରୁବାର ସକାଳେ ଏକ ଅଘଟଣ ଘଟିଛି। ବାର୍‌ହା ଶିକାର ପାଇଁ ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଉକ୍ତ ଗ୍ରାମର ବୁଲୁ ମଲ୍ଲିକ (୪୦)। ଗୁରୁତର ଦ୍ୱୟ ହେଲେ ନନ୍ଦିଆ ନାୟକ (୪୦), ପ୍ରକାଶ ମାଝି (୫୦)। ଦୁଇ ଗୁରୁତରଙ୍କୁ ପ୍ରଥମେ ଶେରଗଡ଼ ଡାକ୍ତରଖାନାକୁ ଅଣାଯାଇଥିଲା ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ଡାକ୍ତରଖାନାକୁ ପଠାଯାଇଛି। ସେମାନଙ୍କ ଅବସ୍ଥା ଗୁରୁତର ଥିବା ଡାକ୍ତର ମନ୍ନଥ କୁମାର ବେହେରା କହିଛନ୍ତି।
ନନ୍ଦିଆଙ୍କ କହିବା ଅନୁଯାୟୀ, ସେମାନେ ଆଜି ରାତିରେ ବାର୍‌ହା ଶିକାର କରିବା ପାଇଁ ବୁଲୁଙ୍କ ଛାତ ଉପରେ ବୋମା ଭିଡୁଥିଲେ। ବୋମା ଉପରେ ହାତ ପଡ଼ିଯିବାରୁ ଏହା ଫାଟିଥିଲା। ସେଠାରେ ଉପସ୍ଥିତ ଥିବା ପ୍ରକାଶ ଏବଂ ନନ୍ଦିଆ ମଧ୍ୟ ଆହତ ହୋଇଥିଲେ।
ପରିବାର ପକ୍ଷରୁ ଦୁଇ ଗୁରୁତରଙ୍କୁ ଶେରଗଡ଼ ଡାକ୍ତରଖାନାକୁ ଅଣାଯାଇଥିଲା। ଶେରଗଡ ଥାନାକୁ ଖବର ଦେବାରୁ ଏସ୍‌ଆଇ ବିଦେଶୀ ସେଠୀ ପହଞ୍ଚି ଗୁରୁତରଙ୍କୁ ଚିକିତ୍ସା କରାଇବା ସହ ତଦନ୍ତ ଆରମ୍ଭ କରିଥିଲେ। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆସିକା ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ, ଆଇପିଏସ ଅଧିକାରୀ ଜି.ରାଘେବେନ୍ଦ୍ର ପ୍ରମୁଖ ଭୀମପୁରରେ ପହଞ୍ଚିଛନ୍ତି। ସାଇଣ୍ଟିଫିକ୍‌ ଟିମ୍‌ ବୋମା ଭିଡ଼ିବା ସ୍ଥଳ ପରିଦର୍ଶନ କରିଛନ୍ତି। ବଡ଼ଗଡ଼ ଥାନାଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ ଏକ ମାମଲା ରୁଜୁ କରିବା ସହ ବୁଲଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆସିକା ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri