ବାର୍‌ହା ଶିକାର ପାଇଁ ବୋମା ଭିଡୁଥିବା ବେଳେ ଚାଲିଗଲା ଜଣଙ୍କ ଜୀବନ, ୨ ଗୁରୁତର

ଶେରଗଡ଼,୨୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଳରାମପୁର ନିକଟସ୍ଥ ଭୀମପୁରା ଗ୍ରାମରେ ଗୁରୁବାର ସକାଳେ ଏକ ଅଘଟଣ ଘଟିଛି। ବାର୍‌ହା ଶିକାର ପାଇଁ ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଉକ୍ତ ଗ୍ରାମର ବୁଲୁ ମଲ୍ଲିକ (୪୦)। ଗୁରୁତର ଦ୍ୱୟ ହେଲେ ନନ୍ଦିଆ ନାୟକ (୪୦), ପ୍ରକାଶ ମାଝି (୫୦)। ଦୁଇ ଗୁରୁତରଙ୍କୁ ପ୍ରଥମେ ଶେରଗଡ଼ ଡାକ୍ତରଖାନାକୁ ଅଣାଯାଇଥିଲା ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ଡାକ୍ତରଖାନାକୁ ପଠାଯାଇଛି। ସେମାନଙ୍କ ଅବସ୍ଥା ଗୁରୁତର ଥିବା ଡାକ୍ତର ମନ୍ନଥ କୁମାର ବେହେରା କହିଛନ୍ତି।
ନନ୍ଦିଆଙ୍କ କହିବା ଅନୁଯାୟୀ, ସେମାନେ ଆଜି ରାତିରେ ବାର୍‌ହା ଶିକାର କରିବା ପାଇଁ ବୁଲୁଙ୍କ ଛାତ ଉପରେ ବୋମା ଭିଡୁଥିଲେ। ବୋମା ଉପରେ ହାତ ପଡ଼ିଯିବାରୁ ଏହା ଫାଟିଥିଲା। ସେଠାରେ ଉପସ୍ଥିତ ଥିବା ପ୍ରକାଶ ଏବଂ ନନ୍ଦିଆ ମଧ୍ୟ ଆହତ ହୋଇଥିଲେ।
ପରିବାର ପକ୍ଷରୁ ଦୁଇ ଗୁରୁତରଙ୍କୁ ଶେରଗଡ଼ ଡାକ୍ତରଖାନାକୁ ଅଣାଯାଇଥିଲା। ଶେରଗଡ ଥାନାକୁ ଖବର ଦେବାରୁ ଏସ୍‌ଆଇ ବିଦେଶୀ ସେଠୀ ପହଞ୍ଚି ଗୁରୁତରଙ୍କୁ ଚିକିତ୍ସା କରାଇବା ସହ ତଦନ୍ତ ଆରମ୍ଭ କରିଥିଲେ। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆସିକା ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ, ଆଇପିଏସ ଅଧିକାରୀ ଜି.ରାଘେବେନ୍ଦ୍ର ପ୍ରମୁଖ ଭୀମପୁରରେ ପହଞ୍ଚିଛନ୍ତି। ସାଇଣ୍ଟିଫିକ୍‌ ଟିମ୍‌ ବୋମା ଭିଡ଼ିବା ସ୍ଥଳ ପରିଦର୍ଶନ କରିଛନ୍ତି। ବଡ଼ଗଡ଼ ଥାନାଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ ଏକ ମାମଲା ରୁଜୁ କରିବା ସହ ବୁଲଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆସିକା ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri