ଦୁର୍ଘଟଣାରେ ଜଣେ ମୃତ, ୪ ଘଣ୍ଟା ରାସ୍ତା ଅବରୋଧ

ଅନୁଗୋଳ ଅଫିସ,୬।୬ ଅନୁଗୋଳ ଜିଲା ମହୀଧରପୁର ଫାଣ୍ଡି ଫୁଲପଡା ପାୱାର ଗ୍ରୀଡ୍‌ କମାର ସାହି ନିକଟରେ ରବିବାର ସକାଳେ ଏକ ପରିବା ବୋଝେଇ ଟାଟା ଏସିଇ ଓ ବାଇକ୍‌ ମଧ୍ୟରେ ଧକ୍କା ଲାଗିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ୨ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ପରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ମହୀଧରପୁର-ଅନୁଗୋଳ ମୁଖ୍ୟ ରାସ୍ତାକୁ ୪ ଘଣ୍ଟା ଧରି ଅବରୋଧ କରିଥିଲେ। ସୂଚନା ଅନୁଯାୟୀ, ତଳମୂଳ ଚନ୍ଦନପୁର ଗ୍ରାମର ରଞ୍ଜିତ ଦାସ (୩୮) ବାଇକ୍‌ (ନଂ. ଓଡି୧୯ଏଲ୍‌ -୨୧୬୦) ଯୋଗେ ଅନୁଗୋଳ ଯାଉଥିଲେ। ଏହି ସମୟରେ ଅନୁଗୋଳରୁ ଆଠଗଡ ଯାଉଥିବା ଏକ ଟାଟା ଏସିଇ (ନଂ. ଓଡି୦୫ପି-୮୫୯୬) ରଞ୍ଜିତଙ୍କ ସହ ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ରଞ୍ଜିତଙ୍କ ମୃତ୍ୟୁ ହୋଇଯାଇଥିଲା। ଟାଟା ଏସିଇ ଚାଳକ ଓ ସେଥିରେ ବସିଥିବା ଅନ୍ୟ ଜଣେ ଆହତ ହୋଇଥିଲେ। ସ୍ଥାନୀୟ ଲୋକମାନେ ଦୁହଁିଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ବିଦ୍ୟୁତ୍‌ ଯୋଗାଣ ଦାବିରେ ଅଞ୍ଚଳବାସୀ ରାସ୍ତା ଅବରୋଧ କରିଥିଲେ। ପ୍ରଶାସନ ୨୦ ହଜାର ଟଙ୍କା ପ୍ରଦାନ ସହ ବୀମା ଟଙ୍କା ମିଳିବ ବୋଲି କହିବା ପରେ ରାସ୍ତା ଅବରୋଧ ହଟିଥିଲା। ବଅଁରପାଳ ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଫାଣ୍ଡି ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri