ଦୁର୍ଘଟଣାରେ ଜଣେ ମୃତ, ୪ ଘଣ୍ଟା ରାସ୍ତା ଅବରୋଧ

ଅନୁଗୋଳ ଅଫିସ,୬।୬ ଅନୁଗୋଳ ଜିଲା ମହୀଧରପୁର ଫାଣ୍ଡି ଫୁଲପଡା ପାୱାର ଗ୍ରୀଡ୍‌ କମାର ସାହି ନିକଟରେ ରବିବାର ସକାଳେ ଏକ ପରିବା ବୋଝେଇ ଟାଟା ଏସିଇ ଓ ବାଇକ୍‌ ମଧ୍ୟରେ ଧକ୍କା ଲାଗିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ୨ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ପରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ମହୀଧରପୁର-ଅନୁଗୋଳ ମୁଖ୍ୟ ରାସ୍ତାକୁ ୪ ଘଣ୍ଟା ଧରି ଅବରୋଧ କରିଥିଲେ। ସୂଚନା ଅନୁଯାୟୀ, ତଳମୂଳ ଚନ୍ଦନପୁର ଗ୍ରାମର ରଞ୍ଜିତ ଦାସ (୩୮) ବାଇକ୍‌ (ନଂ. ଓଡି୧୯ଏଲ୍‌ -୨୧୬୦) ଯୋଗେ ଅନୁଗୋଳ ଯାଉଥିଲେ। ଏହି ସମୟରେ ଅନୁଗୋଳରୁ ଆଠଗଡ ଯାଉଥିବା ଏକ ଟାଟା ଏସିଇ (ନଂ. ଓଡି୦୫ପି-୮୫୯୬) ରଞ୍ଜିତଙ୍କ ସହ ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ରଞ୍ଜିତଙ୍କ ମୃତ୍ୟୁ ହୋଇଯାଇଥିଲା। ଟାଟା ଏସିଇ ଚାଳକ ଓ ସେଥିରେ ବସିଥିବା ଅନ୍ୟ ଜଣେ ଆହତ ହୋଇଥିଲେ। ସ୍ଥାନୀୟ ଲୋକମାନେ ଦୁହଁିଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ବିଦ୍ୟୁତ୍‌ ଯୋଗାଣ ଦାବିରେ ଅଞ୍ଚଳବାସୀ ରାସ୍ତା ଅବରୋଧ କରିଥିଲେ। ପ୍ରଶାସନ ୨୦ ହଜାର ଟଙ୍କା ପ୍ରଦାନ ସହ ବୀମା ଟଙ୍କା ମିଳିବ ବୋଲି କହିବା ପରେ ରାସ୍ତା ଅବରୋଧ ହଟିଥିଲା। ବଅଁରପାଳ ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଫାଣ୍ଡି ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri