ଅମାନିଆ ହୋଇ ଡଙ୍ଗା ଧାରରେ ବସିଥିଲେ: ଖସିପଡ଼ିବାରୁ ଜୀବନ ଗଲା

ଚିତ୍ରକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଡଙ୍ଗାରୁ ନଦୀରେ ଖସିପଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବଡ଼ପଡ଼ା ପଞ୍ଚାୟତ ବାଇଲିଗୁମା ଗ୍ରାମର ଘେନୁ ପାଙ୍ଗି(୪୦)।

ସୂଚନାନୁଯାୟୀ, ଘେନୁ ଟଙ୍କା ଉଠାଇବାକୁ ନିଜ ଗ୍ରାମରୁ ଚିତ୍ରକୋଣ୍ଡା ବ୍ୟାଙ୍କ ଆସିଥିଲେ l କାମ ସାରି ସୋମବାର ଅପରାହ୍ନରେ ଜାନବାଇ କଲୋନୀଠାରୁ ଏକ ମାଛ ଧରା ଦେଶୀ ଡଙ୍ଗାରେ ନିଜ ଗ୍ରାମକୁ ସେ ଫେରୁଥିଲେ। ତାଙ୍କ ସାଙ୍ଗରେ ସ୍ତ୍ରୀ ତିଳତ୍ତମା ମଧ୍ୟ ଥିଲେ। ଘେନୁ ଅମାନିଆ ହୋଇ ଡଙ୍ଗାର ବାଡରେ ବସିଥିବା ବେଳେ ହଠାତ ତାଙ୍କ ମୁଣ୍ଡ ଘୁରାଇଥିଲା। ସେ ଭାରସାମ୍ୟ ହରାଇ ନଦୀ ଭିତରକୁ ଖସି ପଡିଥିଲେ। ସ୍ବାମୀ ନଦୀରେ ବୁଡିଯିବା ଦେଖି କାନ୍ଦି କାନ୍ଦି ବଞ୍ଚାଇବା ପାଇଁ ତିଳତ୍ତମା ପାଟି କରିଥିଲେ। ତେବେ ସେହି ବାଟଦେଇ ଯାଉଥିବା ଡ଼ଙ୍ଗା ଏବଂ ସ୍ଥାନୀୟ ଲୋକେ ମିଶି ତାକୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ତାକୁ ଘୋଜାଖୋଜି କରି ଗଲକାଲି ଆଉ ପାଇ ନଥିଲେ l ମଙ୍ଗଳବାର ସକାଳଠାରୁ ଗ୍ରାମବାସୀ ଡ଼ଙ୍ଗା ଏବଂ ନଦୀର ଦୁଇ କୂଳରେ ଖୋଜାଖୋଜି କରିଥିଲେ। ଶେଷରେ ତାଙ୍କୁ ଉଦ୍ଧାର କରିଯାଇ ଜାନବାଇ ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପାପରମେଟେଲା ଥାନା ଅଧିକାରୀ ଚନ୍ଦ୍ରକାନ୍ତ ତାଣ୍ଡି ଖବର ପାଇ ଏକ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଥିବାବେଳେ ଚିତ୍ରକୋଣ୍ଡା ତହସିଲଦାର ଟି. ପଦ୍ମନାଭ ଦୋରାଙ୍କୁ ଏ ସମ୍ପର୍କରେ ପଚାରି ବାରୁ ସେ ଅବଗତ ଥିବା ପ୍ରକାଶ କରିଛନ୍ତି । ସମ୍ପୂର୍ଣ୍ଣ ତଥ୍ୟ ଘଟଣାସ୍ଥଳରୁ ବଡ଼ପଡ଼ା ରାଜସ୍ବ ନିରୀକ୍ଷକ ଫେରିବା ପରେ ପୁରା ବିବରଣୀ ଦେଇପାରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri