ଗ୍ରୀନ୍‌ କରିଡରରେ ଜଣଙ୍କୁ ଏମ୍ସ ସ୍ଥାନାନ୍ତର

କଟକ ଅଫିସ, ୧୨ା୮: କଟକ ଏସ୍‌ସିବି ମେଡିକାଲରେ ଶନିବାର ଏକାଥରକେ ଜନ୍ମ ହୋଇଥିବା ୪ ଶିଶୁକନ୍ୟାଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବୁଧବାର ଶିଶୁଭବନରୁ ଭୁବନେଶ୍ୱର ଏମ୍ସକୁ ନିଆଯାଇଛି। ଗ୍ରୀନ୍‌ କରିଡର ମଧ୍ୟରେ ମାତ୍ର ୨୦ ମିନିଟ୍‌ରେ ଶିଶୁକନ୍ୟାଙ୍କୁ ଏମ୍ସରେ ପହଞ୍ଚାଇ ଦିଆଯାଇଥିଲା। ଶିଶୁକନ୍ୟାର ସ୍ବାସ୍ଥ୍ୟାବସ୍ଥା ଭଲ ନ ଥିବାବେଳେ ନିଃଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ହେଉଥିଲା। ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରୀ ଟିମ୍‌ଙ୍କ ପରାମର୍ଶ କ୍ରମେ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିବା ଶିଶୁଭବନ ଅଧୀକ୍ଷକ ପ୍ରଫେସର ଜ୍ଞାନେନ୍ଦ୍ରନାଥ ବେହେରା କହିଛନ୍ତି। ସୂଚନାଯୋଗ୍ୟ, ଭଞ୍ଜନଗର ଡିହପଡା ଅଞ୍ଚଳର ଛବିତା ନାୟକ ଗର୍ଭବତୀ ଥିବାରୁ ପ୍ରସବ ନିମନ୍ତେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅଲଟ୍ରାସାଉଣ୍ଡ କରାଯିବା ପରେ ତାଙ୍କ ପେଟରେ ୪ଟି ସନ୍ତାନ ଥିବା ଜଣାପଡିଥିଲା। ଏଥିସହ ମହିଳାଙ୍କ ରକ୍ତହୀନତା, ଜଣ୍ଡିସ୍‌ ସହ ଅନେକ ରୋଗ ରହିଥିଲା। ତେବେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଗତ ଶନିବାର ଏସ୍‌ସିବି ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଛବିତା ଏକା ସାଙ୍ଗରେ ୪ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଥିଲେ। ସେମାନଙ୍କ ଓଜନ ଭିନ୍ନଭିନ୍ନ ରହିଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଭଲ ନ ଥିଲା। ତେଣୁ ସେମାନଙ୍କୁ ଶିଶୁଭବନକୁ ସ୍ଥାନାନ୍ତର କରାଯାଇଥିଲା। ଶନିବାର ରାତିରେ ଜଣଙ୍କର ଓ ରବିବାର ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ଦୁଇ ନବଜାତକଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ନ ଘଟିବାରୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri