ଗୋଟିଏ ଫଟୋ ଯୋଗୁ ଜନ୍‌-ବିପାଶାଙ୍କ ମଧ୍ୟରେ ଭାଙ୍ଗିଯାଇଥିଲା ପ୍ରେମ ସମ୍ପର୍କ

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ଏବଂ ଅଭିନେତା ଜନ ଅବ୍ରହାମଙ୍କ ପ୍ରେମ ସମ୍ପର୍କ ବିଷୟରେ କାହାକୁ ଅଛପା ନାହିଁ। ଉଭୟ ଅନେକ ଦିନ ଧରି ପ୍ରେମ ସମ୍ପର୍କରେ ଥିଲେ। ଏପରିକି ଉଭୟ ଲିଭ୍‌ ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିଲେ। ଫିଲ୍ମ ‘ଜିସ୍ମ’ର ଶୁଟିଂ ସମୟରେ ଜନ ଏବଂ ବିପାଶା ପରସ୍ପରର ନିକଟତର ହୋଇଥିଲେ। ଉଭୟ ପାର୍ଟି ଏବଂ ଅନେକ ଇଭେଣ୍ଟରେ ଏକାଠି ନଜର ଆସୁଥିଲେ। ଦୀର୍ଘ ସମୟ ଧରି ସଂପର୍କରେ ରହିବା ପରେ ଉଭୟଙ୍କ ମଧ୍ୟରେ ୨୦୧୧ରେ ବ୍ରେକ୍‌ଅପ୍‌ ହୋଇଥିଲା।୨୦୦୭ରେ ଏକ ଘଟଣା ଜନ ଏବଂ ବିପାଶାଙ୍କ ମଧ୍ୟରେ ବିବାଦ ସୃଷ୍ଟି କରିଥିଲା। ଏହି ଘଟଣା ପରେ ଜନ ଏବଂ ବିପାଶା କିଛି ବର୍ଷ ଏକାଠି ଥିଲେ, କିନ୍ତୁ ଦୂରତା ବଢିଯାଇଥିଲା। ୨୦୦୭ରେ ଏକ ଅନ୍ତର୍ଜାତୀୟ ଇଭେଣ୍ଟ ସମୟରେ ପ୍ରସିଦ୍ଧ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲଡୋ ଏବଂ ବିପାଶାଙ୍କ କିସ ଫଟୋ ଭାଇରାଲ ହୋଇଥିଲା।

एक फोटो ने हमेशा-हमेशा के लिए बिगाड़ दी थी John Abraham और Bipasha Basu की केमिस्ट्री
କୁହାଯାଏ ଯେ ସେହି ଘଟଣା ପରେ ରୋନାଲଡୋ ଏବଂ ବିପାଶା ଦୀର୍ଘ ଦିନ ଧରି ପାର୍ଟି କରୁଥିଲେ। ଏହି ଘଟଣା ଯୋଗୁ ଜନ ଏବଂ ବିପାଶାଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। ୨୦୧୧ରେ, ଉଭୟ ପରସ୍ପରଠାରୁ ଅଲଗା ହୋଇଥିଲେ। ଜନ ଆବ୍ରାହମ ୨୦୧୪ରେ ଜାନୁଆରୀ ୩ ପ୍ରିୟା ରନୱାଲଙ୍କୁ ବିବାହ କରିଥିବାବେଳେ ବିପାଶା ୨୦୧୬ରେ ଏପ୍ରିଲ ୩୦ ଟିଭି ସେଲିବ୍ରିଟି କରଣ ସିଂ ଗ୍ରୋଭରଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri