୫ ଶ୍ରେଣୀ ପାଇଁ ଗୋଟିଏ କୋଠରି

ନାଉଗଁ। ,୨୭।୧୦(ସ୍ବ.ପ୍ର.):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରକାର ତାଲିମ୍‌ ଦିଆଯାଇ ପିଲାଙ୍କ ମାନସିକ,ବୈାଦ୍ଧିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ନାଉଗଁ। ବ୍ଲକ ଶିଖର ପଞ୍ଚାୟତ ଅନ୍ତର୍ଗତ ନଳାଙ୍ଗ ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥାକୁ ଦେଖିଲେ ଉପହାସ କଲା ପରି ମନେ ହେଉଛି। ଏହି ନଳାଙ୍ଗ ପ୍ରାଥମିକ ବିଦ୍ୟାଳୟ ୨ କୋଠରିରେ ଚାଲିଛି। ଫଳରେ ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। କମ୍‌ ଉପସ୍ଥାନ ଯୋଗୁ ଶାଳିଜଙ୍ଗା ପ୍ରାଥମିକ ବିଦ୍ୟାଳୟ,ପାଟେଣି ଗଁ। ପ୍ରାଥମିକ ବିଦ୍ୟାଳୟ ଓ ବୋଦଳ ପ୍ରାଥମିକ ବିଦ୍ୟାଳୟକୁ ଉକ୍ତ ବିଦ୍ୟାଳୟ ସହ ମିଶ୍ରଣ କରାଯାଇଛି। ବିଦ୍ୟାଳୟରେ ପ୍ରଥମରୁ ୫ ମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ୬ ଜଣ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ମାତ୍ର ଏହି ପାଞ୍ଚଟି ଶ୍ରେଣୀ ପାଇଁ କେବଳ ୨ଟି କୋଠରି ରହିଛି।
ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ କଲ୍ୟାଣି ଜେନାଙ୍କ ସୂଚନାନୁଯାୟୀ, ପ୍ରଥମ ଶ୍ରେଣୀରେ ୫, ଦ୍ୱିତୀୟ ଶ୍ରେଣୀରେ ୮, ତୃତୀୟ ଶ୍ରେଣୀରେ ୮, ୪ର୍ଥ ଶ୍ରେଣୀରେ ୯, ୫ମ ଶ୍ରେଣୀରେ ୧୧ ଜଣ ପିଲା ପାଠ ପଢ଼ୁଛନ୍ତି। ସରକାରଙ୍କ ନିୟମାନୁସାରେ ୫ଟି ଶ୍ରେଣୀକୁ ୫ କୋଠରି ଆବଶ୍ୟକ ଥିବା ବେଳେ ଶିକ୍ଷକ ଓ ବିଦ୍ୟାଳୟର ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପାଇଁ ଏକ କାର୍ଯ୍ୟାଳୟର ଆବଶ୍ୟକତା ରହିଛି। କୋଠରି ଅଭାବ ଥିବାବେଳେ ୨ ଗୃହ ମଧ୍ୟରୁ ଗୋଟିଏ ଗୃହରେ ଅଙ୍ଗନଓ୍ବାଡି କେନ୍ଦ୍ର ଚାଲିଛି। ଫଳରେ ଗୋଟିଏ ଗୃହରେ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ବସୁଥିବାବେଳେ ଏହାର ଗୋଟିଏ ପାର୍ଶ୍ୱରେ ଅଫିସ କାର୍ଯ୍ୟ ଚାଲୁ ରହିଛି। ପୂର୍ବରୁ ପ୍ରଚଳିତ ସର୍ବଶିକ୍ଷା ଯୋଜନା ମାଧ୍ୟମରେ ଉପସ୍ଥାନ କମ୍‌ ଥିବା ବିଦ୍ୟାଳୟଗୁଡିକ ପାଇଁ ବଡ ବଡ କୋଠା ନିର୍ମାଣ ହୋଇଥିଲା। ଏବେ ସେଗୁଡିକ ବନ୍ଦ ହୋଇ ପରିତ୍ୟକ୍ତ ଅବସ୍ଥାରେ ପଡିରହିଛି। କିନ୍ତୁ ଯେଉଁଠାରେ ବିଦ୍ୟାଳୟ ଚାଲିଛି ସେଠାରେ ଗୃହର ଅଭାବ ରହିଛି। ସରକାରୀ ବିଦ୍ୟାଳୟରେ ଏପରି ଅବ୍ୟବସ୍ଥା ଯୋଗୁ ଅନେକ ଅଭିଭାବକ ସେମାନଙ୍କ ପିଲାଙ୍କୁ ବେସରକାରୀ ବିଦ୍ୟାଳୟ ପଠାଇବାକୁ ବାଧ୍ୟ ହେଉଛନ୍ତି।
ଏବିଷୟରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜେନା କୁହନ୍ତି, ବିଦ୍ୟାଳୟରେ ଆବଶ୍ୟକ ଗୃହ ନ ଥିବାରୁ ବହୁତ ଅସୁବିଧା ହେଉଛି। ଏବିଷୟରେ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri