ଶୁଣ୍ଢରେ ଟେକି କଚାଡି ଦେଲା ଦନ୍ତା

ସମ୍ବଲପୁର,୧୦ା୫(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ମୁଣ୍ଡେର ସଂରକ୍ଷିତ ଜଙ୍ଗଲକୁ ଜାଲେଣି କାଠ ସଂଗ୍ରହ କରିବାକୁ ଯାଇଥିବା ଜଣେ ବ୍ୟକ୍ତି ହାତୀ ଅକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ମୁଣ୍ଡେର ଗ୍ରାମର ରାଜୁ ନାଏକ (୫୦)। ମାନେଶ୍ୱର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିଲା ସଦର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ବିଭାଗ ପକ୍ଷରୁ ସମସ୍ତ ଚିକିତ୍ସା ବ୍ୟବସ୍ଥା କରାଯିବା ସହ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ଅନୁସାରେ ରାଜୁ ଅନ୍ୟମାନଙ୍କ ସହ ଜାଲେଣି କାଠ ସଂଗ୍ରହ ପାଇଁ ଜଙ୍ଗଲକୁ ଯାଇଥିଲେ। ହେଲେ ହଠାତ୍‌ ଏକ ହାତୀ ଆସି ତାଙ୍କୁ ଶୁଣ୍ଢରେ ଟେକି କଚାଡି ଦେଇଥିଲା। ଅନ୍ୟମାନେ ପାଟି କରିବାରୁ ହାତୀ ଜଙ୍ଗଲ ଭିତରକୁ ଚାଲିଯାଇଥିଲା । ସ୍ଥାନୀୟ ଲୋକେ ଖବର ଦେବା ପରେ ବନ ବିଭାଗ ପାଟ୍ରୋଲିଂ ଗାଡି ପହଞ୍ଚି ଆହତ ରାଜୁଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲା। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

ଏଣିକି ବାଇକ୍‌ କି କାର୍‌ରେ ଭରିପାରିବେନି ଫୁଲ୍‌ ଟ୍ୟାଙ୍କ୍‌ ପେଟ୍ରୋଲ! ତେଲ ସଙ୍କଟ ଭିତରେ ଆସିଲା ବଡ଼ ଖବର

ପାଟନା,୧୬।୫: ପାଟନାରେ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବଂ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଆଲୋଚନା ମଧ୍ୟରେ, ପେଟ୍ରୋଲ ପମ୍ପଗୁଡ଼ିକରେ ଭିଡ଼ ବଢ଼ିବା ଆରମ୍ଭ ହୋଇଛି। ଅନେକ ଲୋକ…

ଏହି ଜିନିଷ ନ ଥିଲେ ମିଳିବନି ପେଟ୍ରୋଲ, ଜାରି ହେଲା ନୂଆ ନିୟମ…

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ-ଏନସିଆରରେ ବଢ଼ୁଥିବା ପ୍ରଦୂଷଣ ସ୍ତରକୁ ଦୃଷ୍ଟିରେ ରଖି, ପ୍ରଶାସନ ଏବେ କଠୋର ପଦକ୍ଷେପ କାର୍ଯ୍ୟକାରୀ କରିବା ଆରମ୍ଭ କରିଛି। ବାୟୁ ଗୁଣବତ୍ତା ହ୍ରାସ ପାଉଥିବାରୁ, ସରକାର…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୭ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri