ହାତୀ ଆକ୍ରମଣରେ ଦିବ୍ୟାଙ୍ଗ ଗୁରୁତର

ବାଉଁଶୁଣୀ,୩ା୪(ଡି.ଏନ୍‌.ଏ.): ଏବେ ଗାଁ ମୁହାଁ ହୋଇଛନ୍ତି ହାତୀ। ସୋମବାର ସକାଳେ ବୌଦ୍ଧ ଜିଲା ତାଲସରଡ଼ା ପଞ୍ଚାୟତ ଗୋବିନ୍ଦପୁର (ବସ୍ତମପୁର)ରେ ଦନ୍ତା ହାତୀ ଆତଙ୍କ ଦେଖିବାକୁ ମିଳିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ ସକାଳୁ ଗ୍ରାମର ୨/୩ ଜଣ ବ୍ୟକ୍ତି ଗୋଠସାହି ପାଖରେ ଥିବା କେନାଲକୁ ଶୌଚ ପାଇଁ ଯାଇଥିବା ବେଳେ ସେଠାରେ ଗୋଟିଏ ହାତୀ ନେପାଳ ବେହେରା(୩୫) ନାମକ ଜଣେ ଦିବ୍ୟାଙ୍ଗ ଯୁବକଙ୍କୁ ଶୁଣ୍ଢରେ ଟେକି ଦେଇଥିଲା। ଫଳରେ ସେ ଛିଟିକି ପଡ଼ିଥିଲେ। ସାଙ୍ଗରେ ଥିବା ଅନ୍ୟ ଜଣେ ଯୁବକ ତାଙ୍କୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ବାଉଁଶୁଣୀ ମେଡିକାଲରେ ଭର୍ତ୍ତି କରିଥିଲେ। ସେ ଏବେ ବାଉଁଶୁଣୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ସୌଭାଗ୍ୟ ବଶତଃ ହାତୀ ତା’ର ଦିଗ ବଦଳେଇ ଚାଲିଯିବା ପରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଗାଁ ଲୋକେ। ହାତୀ ଗାଁ ମୁହାଁ ହେବା ଦେଖି ଗ୍ରାମବାସୀ ଫରେଷ୍ଟରଙ୍କୁ ଫୋନ୍‌ କରିଥିଲେ ହେଲେ ତାଙ୍କ ମୋବାଇଲ ଅଫ୍‌ ରହିଥିଲା। ହାତୀ ଗାଁ ଭିତରେ ପଶି ସାରିବା ପରେ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ହାତୀ ଘଉଡ଼ାଇବା ପାଇଁ ଚେଷ୍ଟା କରୁଛି। ଏବେ ବନ ବିଭାଗ ଓ ଗ୍ରାମବାସୀ ମିଳିତ ଭାବରେ ହାତୀକୁ ଘଉଡ଼ାଇବାକୁ ଚେଷ୍ଟା କରିଥିଲେ। ବହୁ ଉଦ୍ୟମ ପରେ ବସ୍ତପୁର ଦେଇ ହାତୀ ବଲାକିରା ପଳାଇଥିବା ଦେଖିବାକୁ ମିଳିଛି। ବନ ବିଭାଗ କର୍ମଚାରୀ ହାତୀକୁ ଜଙ୍ଗଲ ଅଭିମୁଖେ ଘଉଡ଼ାଇବାକୁ ଚେଷ୍ଟା ଚଳାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri