ଅଟୋ ଡ୍ରାଇଭର ଆକ୍ରମଣରେ ଜଣେ ଗୁରୁତର: ଛତ୍ରପୁର ମେଡିକାଲରେ ଭର୍ତ୍ତି

ଛତ୍ରପୁର,୧୨।୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଥାନା ଅଧିନ କରପଡା ଗ୍ରାମରେ ଅଟୋ ଡ୍ରାଇଭର ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଜଣକ କରପଡା ଗ୍ରାମର ପରିବା ବିକାଳୀ ଶିବରାମ ରାଉଳ ବୋଲି ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ କରପଡା ଗ୍ରାମର ଶିବରାମ ଏକ ଏକ୍ସଏଲ ଯୋଗେ ପରିବା ବିକ୍ରି କରି ଛତ୍ରପୁରରୁ ନିଜ ଗାଁ ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ପଡି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଏକ ଅଟୋ ଯୋଗେ କରପଡା ଗ୍ରାମକୁ ପଠାଇଥିଲେ। ବାଟରେ ଅଟୋ ଡ୍ରାଇଭର ସହିତ ଶିବରାମଙ୍କ ଝଗଡା ହେବାରୁ କରପଡା ସ୍ଥିତ ଶିବରାମଙ୍କ ଘର ପାଖରେ ତାଙ୍କୁ ଅଟୋ ଚାଳକ ଜଣକ ଖଣ୍ଡା ଓ ଠେଙ୍ଗାରେ ଆକ୍ରମଣ କରିଥିବା ଶିବରାମ ଅଭିଯୋଗ କରିଛନ୍ତି । ପୂର୍ବ ଶତ୍ରୁତାରୁ ତାଙ୍କ ଉପରେ ଆକ୍ରମଣ କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଗୁରୁତର ଅବସ୍ଥାରେ ଶିବରାମଙ୍କୁ ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri