ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ ଅନ୍ତର୍ଗତ ମଠସାହି ଗ୍ରାମରେ ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ବ୍ୟକ୍ତି ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ବାଘମରା ଜଙ୍ଗଲ ନିକଟବର୍ତ୍ତୀ ମଠସାହି ଗ୍ରାମର ଜଣେ ମହିଳା ଆଜି ଭୋର ସମୟରେ ଶୌଚ ପାଇଁ ଘରୁ ବାହାରକୁ ଯାଇଥିଲେ । ସେହି ସମୟରେ ଜଙ୍ଗଲରୁ ବାହାରି ଆସିଥିବା ଏକ ଦନ୍ତା ହାତୀ ସାମ୍ନାରେ ସେ ପଡ଼ିଯାଇଥିଲେ। ହାତୀଟି ମହିଳାଙ୍କ ଗୋଡ଼କୁ ଶୁଣ୍ଢରେ ମାଡ଼ିଦେଇ ଗୁରୁତର ଭାବେ ଆହତ କରିଛି। ସେହି ସମୟରେ ନିକଟରେ ଥିବା ଆଉ ଦୁଇ ଜଣ ଗ୍ରାମବାସୀ ହାତୀକୁ ଦେଖି ଭୟଭୀତ ହୋଇ ଦୌଡ଼ିବାକୁ ଚେଷ୍ଟା କରିଥିଲେ। ତରବରିଆ ଭାବେ ଦୌଡ଼ିବା ବେଳେ ସେମାନେ ତଳେ ପଡ଼ିଯାଇ ଆହତ ହୋଇଛନ୍ତି। ତାଙ୍କ ପାଟିଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ହାତୀକୁ ଘଉଡ଼ାଇଥିଲେ।

ଆହତ ତିନି ଜଣଙ୍କୁ ତୁରନ୍ତ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମହିଳାଙ୍କ ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ନିରୀକ୍ଷଣରେ ରଖିଛନ୍ତି। ଅନ୍ୟ ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଏବେ ଆମ୍ବ-ପଣସ ଋତୁ ଚାଲିଥିବାରୁ ପାଚିଲା ଫଳ ଖାଇବା ପାଇଁ ହାତୀପଲ ଜଙ୍ଗଲ ଛାଡ଼ି ଗାଁ ମୁହାଁ ହେଉଛନ୍ତି। ହଡ଼ଗଡ଼ ରେଞ୍ଜ ଅଞ୍ଚଳରେ ଗତ କିଛି ଦିନ ହେଲା ହାତୀଙ୍କ ଗତିବିଧି ବଢ଼ିଯାଇଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ହାତୀର ଗତିବିଧି ଉପରେ ନଜର ରଖିବା ସହ ଭୋର ସମୟରେ ଏକା ନ ବାହାରିବା ଓ ସତର୍କ ରହିବାକୁ ଲୋକଙ୍କୁ ଅନୁରୋଧ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?