ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ (୪୮)। ସୂଚନା ମୁତାବକ ଗୁରୁବାର ରାତି ପ୍ରାୟ ୧୦ଟା ପରେ ସୀମାଞ୍ଚଳ ବୁଦେଲଗୁମାରୁ କୌଣସି କାମରେ ସାଇକେଲ ଯୋଗେ ନୂଆପଡ଼ା ଯାଉଥିବା ବେଳେ ଏକ ଦନ୍ତାହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟି ଶୁଣ୍ଢରେ ଟେକି ତଳେ କଚାଡ଼ିଦେବାରୁ ତାଙ୍କ ଅଣ୍ଟା ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି। ତୁରନ୍ତ ଗାଁ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ନର୍ଲା ଡାକ୍ତରଖାନା ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ହାତୀ ଆକ୍ରମଣରେ ଏହି ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା।

Dharitri – Odisha’s No.1 Odia Daily

Share