ବିଲକୁ ଯିବା ବାଟରେ ଗୋଡାଇ ଗୋଡାଇ କାମୁଡିଲା ମାଙ୍କଡ଼, ତଳେ ପଡିଯିବାରୁ…..

ଆନନ୍ଦପୁର,୧୮।୮(ସୁଶାନ୍ତ କୁମାର ସାହୁ): ମାଙ୍କଡ଼ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଆନନ୍ଦପୁର ଥାନା ପଣ୍ଡୁଆ ଗ୍ରାମର କୁନା ନାଏକ (୫୮) ।
ଖବର ଅନୁସାରେ, ମଙ୍ଗଳବାର କୁନା ବିଲରେ ସାର ପକାଇବା ପାଇଁ ଦୋକାନରୁ ସାର ନେଇ ବିଲକୁ ଯାଉଥିଲେ । ଏହି ସମୟରେ ବରଗଛରେ ଏକ ମାଙ୍କଡ଼ ତାଙ୍କ ଉପରକୁ ଡେଇଁ ମୁଣ୍ଡ, ହାତ, ବେକକୁ କାମୁଡି ଖଣ୍ଡିଆ କରିଦେଇଥିଲା । ବ୍ୟକ୍ତି ଜଣଙ୍କ ଗୁରୁତର ହୋଇ ତଳେ ପଡିଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କ ପାଟି ଶୁଣି ମାଙ୍କଡଟି ଗଛକୁ ପଳାଇଥିଲା । ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?