ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ ୬ ଟାରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଧ୍ରୁବଙ୍କ ଠେଙ୍ଗାମାଡ଼ରେ ଅର୍ଜୁନଙ୍କ ବାମଗୋଡ ଭାଙ୍ଗିଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସକାଳେ ଉଭୟଙ୍କ ମଧ୍ୟରେ କଥା କଟାକଟି ଓ ଧସ୍ତାଧସ୍ତିି ହୋଇଥିଲା। ଧ୍ରୁବ ଉତ୍ତେଜିତ ହୋଇ ଘରୁ ଏକ ଠେଙ୍ଗା ଆଣି ଅର୍ଜୁନଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ପରିବାର ଲୋକେ ଅର୍ଜୁନଙ୍କୁ ଉଦ୍ଧାର କରି ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଅର୍ଜୁନଙ୍କ ସ୍ତ୍ରୀ ପାଟପୁର ଥାନାରେ ଏତଲା ଦେଇଛନ୍ତି। ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ମୋକଦ୍ଦମା ରୁଜୁ କରିଛନ୍ତି।

Dharitri – Odisha’s No.1 Odia Daily

Share