ଛାତ୍ରୀଙ୍କୁ କରୁଥିଲେ ଏକତରଫା ପ୍ରେମ: ବନ୍ଧୁକ ଦେଖାଇ ଭୟଭୀତ କରୁଥିବା ବେଳେ ଧରାପଡିଲେ

ଭୋଗରାଇ, ୨୫ା୧୧(ପ୍ରଦୀପ ଦାସ): ମୋ କଥାରେ ରାଜି ହୋଇଯା। ରାଣୀ ହୋଇ ରହିବୁ। ନଚେତ୍‌ ବନ୍ଧୁକ ମୁନରେ ଜୀବନ ଦେବୁ। ଏଭଳି କଥା କହି ଜଣେ ଯୁବକ ଯୁକ୍ତ ୨ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ଏକତରଫା ପ୍ରେମ କରି ବନ୍ଧୁକ ଦେଖାଇ ଛାତ୍ରୀଙ୍କୁ ଭୟଭୀତ କରୁଥିବା ବେଳେ କଲେଜ ଛାତ୍ର ଓ ଅଧ୍ୟାପକମାନେ ମିଳିତ ହୋଇ ଯୁବକକୁ କୌଶଳକ୍ରମେ କାବୁକରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଯୁବକଙ୍କୁ ସେଠାରୁ ଗିରଫ କରିବା ସହ ବନ୍ଧୁକ ଓ ୩ଟି ଅଫୁଟା ଜୀବନ୍ତ ଗୁଳି ଉଦ୍ଧାର କରାଯାଇଛି। ଶିକ୍ଷାନୁଷ୍ଠାନରେ ପ୍ରଥମଥର ଏଭଳି ଅଭାବନୀୟ ଘଟଣା ସମଗ୍ର ଭୋଗରାଇ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦାସ୍ଥିତ ସୁରେନ୍ଦ୍ର ନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ରେ ପଢୁଥିବା ଛାତ୍ରୀଜଣକ ମହାବିଦ୍ୟାଳୟରେ ଶୁକ୍ରବାର ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମରେ ଖେଳପଡିଆରେ ଥିବା ବେଳେ ମହାଗବ ଗ୍ରାମର ବ୍ରଜଗୋପାଳ ଦାସ(୨୬)ବନ୍ଧୁକ ଲୁଚାଇ କଲେଜରେ ବାଇକ ଧରି ପ୍ରବେଶ କରିଥିଲେ। ସେ ଛାତ୍ରୀଙ୍କୁ ଅନୁସରଣ କରି ତାଙ୍କ ପାଖକୁ ଯାଇ ନାନା ଧମକଚମକ ଦେଇଥିଲେ।

ଛାତ୍ରୀଜଣକ କିଛି କହିବାରୁ ବ୍ରଜଗୋପାଳ ଉତ୍ତେଜିତ ହୋଇ ତାଙ୍କ ପ୍ୟାଣ୍ଟ ପକେଟରୁ ଏକ ବନ୍ଧୁକ ବାହାର କରି ଛାତ୍ରୀଙ୍କୁ ଅପହରଣ କରିବାକୁ ଉଦ୍ୟମ କରୁଥିବା ବେଳେ ଛାତ୍ର ଓ ଅଧ୍ୟାପକମାନେ ଉକ୍ତ ଯୁବକକୁ କାବୁ କରି ପୋଲିସ ଜିମା ଦେଇଥିଲେ। କମର୍ଦ୍ଦା ପୋଲିସ ପହଞ୍ଚି ଯୁବକଙ୍କୁ ଗିରଫ କରିବା ସହିତ ୩ଟି ଜୀବନ୍ତ ଅଫୁଟା ଗୁଳି ଜବତ କରିଛି। ପୋଲିସ କମର୍ଦ୍ଦା କଲେଜ ଅଧ୍ୟକ୍ଷଙ୍କ ଅଭିଯୋଗ ଆଧାରରେ ଯୁବକଙ୍କ ବିରୋଧରେ ବିଭିନ୍ନ ଦଫାରେ ମାମଲା (ନଂ.୧୪୧/୨୩ ରୁଜୁ କରି କୋର୍ଟଚାଲାଣ କରିଛି। ଯୁବକଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହଜାତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri