ବାଇକ୍‌ ଦୁର୍ଘଟଣାରେ ଜଣେ ଛାତ୍ର ମୃତ, ଅନ୍ୟ ଜଣେ ଗୁରୁତର

ଥୁଆମୂଳ ରାମପୁର,୩୦।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ ବାଗଡିଆଣି-ଲାଠିଆଗୁଡ଼ା ଛକ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବଡ଼ଛତ୍ରଙ୍ଗ ପଞ୍ଚାୟତ ଦାବିରିଗୁଡ଼ା ଗ୍ରାମର ରାଇଧର ନାଏକଙ୍କ ପୁଅ ମଣ୍ଟୁ ନାଏକ (୨୩) ଏବଂ କବିସନ ନାଏକଙ୍କ ପୁଅ ଉମାଶଙ୍କର ନାଏକ(୨୫) ଦୁହେଁ ଏକ ବାଇକ୍‌ ଯୋଗେ କୌଣସି କାମ ନେଇ ଥୁଆମୂଳ ରାମପୁର ଆସିଥିଲେ। କାମ ସାରି ସେମାନେ ଗାଁକୁ ଫେରୁଥିବା ବେଳେ ଡୁମେର ପଦର ଗ୍ରାମର ଦୁର୍ଗା ନାଏକଙ୍କ ପୁଅ ଦିପେନ୍ଦ୍ର ନାଏକ(୨୨) ଏବଂ ସତ୍ୟ ନାରାୟଣ ନାଏକଙ୍କ ପୁଅ ଫିରୋଜ ନାଏକ(ଚିକୁନ) ଭବାନୀପାଟଣାରେ ପଢୁଥିବା ତାଙ୍କ କଲେଜରୁ ବାର୍ଷିକ +୨ ପରୀକ୍ଷା ସାରି ଘରକୁ ଫେରୁଥିଲେ।

ସେତିକିବେଳେ ବାଗଡିଆଣି-ଲାଠିଆଗୁଡ଼ା ଛକ ନିକଟରେ ମଣ୍ଟୁ ଏବଂ ଉମାଶଙ୍କରଙ୍କ ହିରୋ ଏଚ୍‌ଏଫ ଡିଲକ୍ସ (ଓଡ଼ି୦୮କେ୬୧୮୦) ବାଇକଙ୍କୁ ପଛ ପଟୁ ପିଟିଥିଲା ଫିରୋଜ (ଚିକୁନ) ଏବଂ ଦିପେନ୍ଦ୍ରଙ୍କ କେଟିଏମ୍‌(ଓଡ଼ି୦୮ଏମ୧୩୯୭) ବାଇକ୍‌ l ଫଳରେ ଦୁଇ ବାଇକରେ ଥିବା ୪ଜଣ ରାସ୍ତାରେ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଜନସାଧାରଣ ସହଯୋଗରେ ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।

ଡାକ୍ତର ସେମାନଙ୍କୁ ପ୍ରଥମିକ ଚିକିତ୍ସା କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଫିରୋଜ ନାଏକ(ଚିକୁନ) ନାମକ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି I ଅନ୍ୟପକ୍ଷେ ଗୁରୁତର ଦିପେନ୍ଦ୍ରଙ୍କୁ ବୁର୍ଲା ମେଡିକାଳକୁ ରେଫର୍‌ କରାଯାଇଛି।

ଅନ୍ୟପକ୍ଷେ ଦାବିରିଗୁଡ଼ା ଗ୍ରାମର ମଣ୍ଟୁ ନାଏକ ଏବଂ ଉମାଶଙ୍କର ନାଏକ ଥୁଆମୁଳ ରାମପୁର ଥାନାରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri