ବାଇକ୍‌ ଦୁର୍ଘଟଣାରେ ଜଣେ ଛାତ୍ର ମୃତ, ଅନ୍ୟ ଜଣେ ଗୁରୁତର

ଥୁଆମୂଳ ରାମପୁର,୩୦।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ ବାଗଡିଆଣି-ଲାଠିଆଗୁଡ଼ା ଛକ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବଡ଼ଛତ୍ରଙ୍ଗ ପଞ୍ଚାୟତ ଦାବିରିଗୁଡ଼ା ଗ୍ରାମର ରାଇଧର ନାଏକଙ୍କ ପୁଅ ମଣ୍ଟୁ ନାଏକ (୨୩) ଏବଂ କବିସନ ନାଏକଙ୍କ ପୁଅ ଉମାଶଙ୍କର ନାଏକ(୨୫) ଦୁହେଁ ଏକ ବାଇକ୍‌ ଯୋଗେ କୌଣସି କାମ ନେଇ ଥୁଆମୂଳ ରାମପୁର ଆସିଥିଲେ। କାମ ସାରି ସେମାନେ ଗାଁକୁ ଫେରୁଥିବା ବେଳେ ଡୁମେର ପଦର ଗ୍ରାମର ଦୁର୍ଗା ନାଏକଙ୍କ ପୁଅ ଦିପେନ୍ଦ୍ର ନାଏକ(୨୨) ଏବଂ ସତ୍ୟ ନାରାୟଣ ନାଏକଙ୍କ ପୁଅ ଫିରୋଜ ନାଏକ(ଚିକୁନ) ଭବାନୀପାଟଣାରେ ପଢୁଥିବା ତାଙ୍କ କଲେଜରୁ ବାର୍ଷିକ +୨ ପରୀକ୍ଷା ସାରି ଘରକୁ ଫେରୁଥିଲେ।

ସେତିକିବେଳେ ବାଗଡିଆଣି-ଲାଠିଆଗୁଡ଼ା ଛକ ନିକଟରେ ମଣ୍ଟୁ ଏବଂ ଉମାଶଙ୍କରଙ୍କ ହିରୋ ଏଚ୍‌ଏଫ ଡିଲକ୍ସ (ଓଡ଼ି୦୮କେ୬୧୮୦) ବାଇକଙ୍କୁ ପଛ ପଟୁ ପିଟିଥିଲା ଫିରୋଜ (ଚିକୁନ) ଏବଂ ଦିପେନ୍ଦ୍ରଙ୍କ କେଟିଏମ୍‌(ଓଡ଼ି୦୮ଏମ୧୩୯୭) ବାଇକ୍‌ l ଫଳରେ ଦୁଇ ବାଇକରେ ଥିବା ୪ଜଣ ରାସ୍ତାରେ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଜନସାଧାରଣ ସହଯୋଗରେ ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।

ଡାକ୍ତର ସେମାନଙ୍କୁ ପ୍ରଥମିକ ଚିକିତ୍ସା କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଫିରୋଜ ନାଏକ(ଚିକୁନ) ନାମକ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି I ଅନ୍ୟପକ୍ଷେ ଗୁରୁତର ଦିପେନ୍ଦ୍ରଙ୍କୁ ବୁର୍ଲା ମେଡିକାଳକୁ ରେଫର୍‌ କରାଯାଇଛି।

ଅନ୍ୟପକ୍ଷେ ଦାବିରିଗୁଡ଼ା ଗ୍ରାମର ମଣ୍ଟୁ ନାଏକ ଏବଂ ଉମାଶଙ୍କର ନାଏକ ଥୁଆମୁଳ ରାମପୁର ଥାନାରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri