୧୨୯ ପିଲାଙ୍କୁ ଜଣେ ଶିକ୍ଷକ

କର୍ଲାମୁଣ୍ଡା,୨୯।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ଜଣେ ମାତ୍ର ସରକାରୀ ଶିକ୍ଷକଙ୍କ ଦ୍ୱାରା ଶିକ୍ଷାଦାନ ଚାଲିଛି। ୧୯୮୪ରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ନବମ ଶ୍ରେଣୀରେ ୪୧ଜଣ ଛାତ୍ରୀଛାତ୍ର ଓ ନବମ ଶ୍ରେଣୀରେ ୮୮ଜଣ ଛାତ୍ରୀଛାତ୍ର ରହିଛନ୍ତି। ଏହି ପିଲାଙ୍କୁ ପାଠ ପଢାଇବାକୁ ଜଣେ ମାତ୍ର ସରକାରୀ ଗଣିତ ଶିକ୍ଷକ ରହିଥିବା ବେଳେ ୫ଜଣ ଅବସର ପ୍ରାପ୍ତ ଶିକ୍ଷକ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ପାଇଛନ୍ତି। ତେବେ ଉକ୍ତ ଅତିଥି ଶିକ୍ଷକମାନଙ୍କୁ ଆସନ୍ତା ମାର୍ଚ୍ଚ ମାସ ପର୍ଯ୍ୟନ୍ତ ନିଯୁକ୍ତି ମିଳିଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ, ଉକ୍ତ ବିଦ୍ୟାଳୟର ଶିକ୍ଷକ ନୃସିଂହ ସାମନ୍ତ ୨୦୧୮ରେ, ୨୦୨୦ରେ ବିଜ୍ଞାନ ଶିକ୍ଷକ ପବିତ୍ର ମୋହନ ପଶା ଓ ପିଅନ ପ୍ରେମାନନ୍ଦ ଭୋଇ, ୨୦୨୨ରେ ହିନ୍ଦୀ ଶିକ୍ଷକ ବସନ୍ତ ପଟ୍ଟନାୟକ, ସଂସ୍କୃତ ଶିକ୍ଷକ ପ୍ରଦୀପ୍ତ ଷଡଙ୍ଗୀ, ଖେଳ ଶିକ୍ଷକ ବେଣୁଧର ନାଗ, ୨୦୨୩ରେ ସହକାରୀ ଶିକ୍ଷକ ମାର୍କଣ୍ଡ ପାଢ଼ୀ ଓ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ପ୍ରଧାନ ଅବସର ନେବା ପରେ କେବଳ ଜଣେ ମାତ୍ର ଗଣିତ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ରାଉତ ରହିଛନ୍ତି। ଅନ୍ୟପଟେ ଚଳିତ ମାସ ୩୧ ତାରିଖରେ କିରାଣି ଅମ୍ବିଲାଲ ସାହୁ ଅବସର ନେବେ। ଏ ନେଇ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ରାଉତଙ୍କୁ ପଚାରିବାରୁ ସରକାରୀ ଶିକ୍ଷକ ଶିକ୍ଷୟିତ୍ରୀ ଓ ଶ୍ରେଣୀ ଗୃହର ଅଭାବ ରହିଛି ବୋଲି କହିଛନ୍ତି। ପୂର୍ବରୁ ଏହି ବିଦ୍ୟାଳୟରେ ୨୫୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅଧ୍ୟୟନ ପାଇଁ ନାମ ଲେଖାଉଥିଲେ। ବର୍ତ୍ତମାନ ଶିକ୍ଷକ ସମସ୍ୟା ଥିବାରୁ ଛାତ୍ରୀଛାତ୍ରଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି ବୋଲି ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ନନ୍ଦି କିଶୋର ଭୋଇ କହିଛନ୍ତି। ଏ ଦିଗରେ ଜିଲା ଶିକ୍ଷା ବିଭାଗ ଓ ଜିଲାପାଳ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri