Categories: ଜାତୀୟ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୪।୯: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ସକାଳେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଓ୍ବନ୍ତିପୋରାର ତ୍ରାଲ୍‌ ଅଞ୍ଚଳର ମାଘମାଠାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ପରେ ଏଠାରେ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ଆତ୍ମସମର୍ପଣ ପାଇଁ ଆତଙ୍କବାଦୀଙ୍କୁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା। ସେଠାରୁ ଗୋଳା ବାରୁଦ ଆଦି ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି

Share