Posted inଜାତୀୟ

୩ ମନ୍ତ୍ରୀଙ୍କ ସମେତ ଏକ ତୃତୀୟାଂଶ ବିଧାୟକଙ୍କ ଟିକଟ କଟିବା ଆଶଙ୍କା, ରଣନୀତି ପ୍ରସ୍ତୁତ କଲା ଭାଜପା…

ଶିମ୍‌ଲା, ୨।୫ : ଗତ ଚାରିମାସ ମଧ୍ୟରେ ଦୁଇଟି ଆଭ୍ୟନ୍ତରୀଣ ସର୍ଭେର ଫଳାଫଳକୁ ନେଇ ହିମାଚଳ ପ୍ରଦେଶରେ ଭାଜପା ପକ୍ଷରୁ ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ତିନିଜଣ ମନ୍ତ୍ରୀଙ୍କ ସମେତ ଏକ ତୃତୀୟାଂଶ ବିଧାୟକଙ୍କ ଟିକେଟ କାଟିବ ବୋଲି ଚର୍ଚ୍ଚା ହେଉଛି।

ରାଜ୍ୟରେ ବିଧାୟକଙ୍କ ମଧ୍ୟରେ ଏନେଇ ଅସନ୍ତୋଷ ବୃଦ୍ଧି ପାଉଛି। ଦଳ ନିଷ୍ପତ୍ତି ନେଇଛି ଯେ ଦୁଇଟି ନିର୍ବାଚନରେ ହାରିଥିବା ନେତାଙ୍କ ନାମ ମଧ୍ୟ ବିଚାରକୁ ନିଆଯିବ ନାହିଁ। ହିମାଚଳ ପ୍ରଦେଶ, ଗୁଜୁରାଟ, ମଧ୍ୟପ୍ରଦେଶ, ଛତିଶଗଡ, ରାଜସ୍ଥାନରେ ହେବାକୁଥିବା ବିଧାନସଭା ନିର୍ବାଚନ ପ୍ରସଙ୍ଗରେ ଦଳରେ ସଦସ୍ୟଙ୍କ ପ୍ରାର୍ଥୀତ୍ୱ ନେଇ ମନ୍ଥନ ଜାରି ରହିଛି।

ଏହି ସମସ୍ତ ରାଜ୍ୟ ପାଇଁ ବିଭିନ୍ନ ରଣନୀତି ପ୍ରସ୍ତୁତ କରାଯାଇଛି। ପାର୍ଟି ଏବଂ ସାଂଗଠନିକସ୍ତରରେ ଏହି ସପ୍ତାହରେ ଛତିଶଗଡ, ରାଜସ୍ଥାନ ଏବଂ ମଧ୍ୟପ୍ରଦେଶ ଉପରେ ଆଲୋଚନା ହୋଇଛି। ହିମାଚଳ ପ୍ରସଙ୍ଗରେ ଦଳ ସୂତ୍ରରୁ ପ୍ରକାଶ ଯେ ବିଧାନସଭା ଆସନକୁ ;ନଇ ଆଭ୍ୟନ୍ତରୀଣ ସର୍ଭେ ଦୁଇଥର କରାଯାଇଛି। ଏଥିରେ, ଏକ ତୃତୀୟାଂଶରୁ ଅଧିକ ବିଧାୟକଙ୍କ ବିରୋଧରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ରହିଛି। ସେମାନଙ୍କ ମଧ୍ୟରେ ତିନିଜଣ ମନ୍ତ୍ରୀ ଅଛନ୍ତି।

ହିମାଚଳ ପ୍ରଦେଶ ସହିତ ଗୁଜୁରାଟ ବିଧାନସଭା କାର୍ଯ୍ୟକାଳ ଚଳିତ ବର୍ଷ ଶେଷ ଆଡ଼କୁ ଶେଷ ହେବାକୁ ଯାଉଛି। ଦଳ ମଧ୍ୟ ଶୀର୍ଷ ସ୍ତରରେ ପ୍ରାଥମିକ ନିର୍ବାଚନର ବିକଳ୍ପ ଉପରେ ଆଲୋଚନା କରୁଛି। ଏହି ମର୍ମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଏକ ଉଚ୍ଚସ୍ତରୀୟ ବୈଠକ ମଧ୍ୟ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri